Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଟିକିଲିପଡ଼ା କନ୍ୟାଶ୍ରମ ଉଚ୍ଚ ବିଦ୍ୟାଳୟରେ ଶିଶୁ ଦିବସ ପାଳିତ

ଜମନକିରା : ସମ୍ବଲପୁର ଜିଲ୍ଲା ଜମନକିରା ବ୍ଲକ ଅନ୍ତର୍ଗତ ସରକାରୀ (ଏସ.ଏସ.ଡି.) କନ୍ୟାଶ୍ରମ ଉଚ୍ଚ ବିଦ୍ୟାଳୟ, ଟିକିଲିପଡ଼ାଠାରେ ଆଜି ପବିତ୍ର ଶିଶୁ ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନ ଶିକ୍ଷୟିତ୍ରୀ ଲଜିତା ଧଳଙ୍କ ଅଧ୍ୟକ୍ଷତାରେ ଏହି ସ୍ୱତନ୍ତ୍ର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।
ପ୍ରାରମ୍ଭରେ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହରୁଙ୍କ ଫଟୋଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ ଓ ପ୍ରଦୀପ ପ୍ରଜ୍ଜ୍ୱଳନ କରାଯାଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା। ସଭାରେ ଉପସ୍ଥିତ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ପଣ୍ଡିତ ନେହରୁଙ୍କ ଆଦର୍ଶ, ଜୀବନୀ ତଥା ଶିଶୁମାନଙ୍କ ପ୍ରତି ଥିବା ତାଙ୍କର ଅଗାଧ ସ୍ନେହ ସମ୍ପର୍କରେ ଛାତ୍ରୀମାନଙ୍କୁ ବିସ୍ତୃତ ଭାବେ ବୁଝାଇଥିଲେ। ଆଜିର ଶିଶୁ ହିଁ ଆଗାମୀ ଦିନର ସୁନାଗରିକ ହୋଇ ଦେଶ ଗଠନରେ ପ୍ରମୁଖ ଭୂମିକା ଗ୍ରହଣ କରିବେ ବୋଲି ବକ୍ତାମାନେ ମତବ୍ୟକ୍ତ କରିଥିଲେ। ଏହି ଅବସରରେ ବିଦ୍ୟାଳୟର ଛାତ୍ରୀମାନେ ମଧ୍ୟ ଶିଶୁ ଦିବସର ମହତ୍ତ୍ୱ ଉପରେ ନିଜ ନିଜର ବକ୍ତବ୍ୟ ରଖିଥିଲେ।
ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ସହକାରୀ ଶିକ୍ଷକ ଓ ଶିକ୍ଷୟିତ୍ରୀ ମୋହନ ଅହଦର, ଶିବ ଶଙ୍କର ଦାଶ, ନିରଞ୍ଜନ ସିଟ, ମଧୁସ୍ମିତା ଦାଶ, ପ୍ରିୟ ରଞ୍ଜନ ସାଥୁଆ, ଦୀପା ଗୁରୁ, ପ୍ରଭାସ ଚନ୍ଦ୍ର ବଢ଼େଇ, ଅବିନାଶ ବାଗ, ବିଷ୍ଣୁପ୍ରିୟା ସାହୁ, କିଶୋର ଚନ୍ଦ୍ର ନାଏକ ଏବଂ ଦେବାଶିଷ ପଟେଲ ପ୍ରମୁଖ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ପରିଚାଳନା କରିବା ସହ ଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ଶେଷରେ ଧନ୍ୟବାଦ ଅର୍ପଣ ସହ ସଭା ସାଙ୍ଗ ହୋଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories