Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ

ପାରଳାଖେମୁଣ୍ଡି ସ୍ଥିତ ଗ୍ରାମୀଣଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ

ପାରଳାଖେମୁଣ୍ଡି:୧୬/୧୧(ଗରୁଡ଼ ଧ୍ଵଜ ଚୌଧୁରୀ)
ଆଜି ଗଜପତି ଜିଲ୍ଲା ସଦର ମହକୁମା ସ୍ଥିତ ଗ୍ରାମୀଣ ଆତ୍ମନିଯୁକ୍ତି ପ୍ରଶିକ୍ଷଣ ଅନୁଷ୍ଠାନ ଠାରେ ଜିଲ୍ଲା ପ୍ରସାଶନ ପକ୍ଷରୁ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ ହୋଇଯାଇଅଛି । ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଉପଜିଲ୍ଲାପାଳ ପାରଳାଖେମୁଣ୍ଡି ସୁଶ୍ରୀ ଭଗତ ସାମଲ କଲ୍ୟାଣରାଓ ଯୋଗଦାନ କରି ନିଜ ବକ୍ତବ୍ୟରେ ଜଣାଇଥିଲେ ଯେ,ଜିଲ୍ଲାର ସମସ୍ତ ଗଣମାଧ୍ୟମ ପ୍ରତିନିଧି ନିଜ କର୍ତ୍ତବ୍ୟକୁ ନିଷ୍ଠାର ସହ ପାଳନ କରୁଛନ୍ତି। ଜିଲ୍ଲାର ଦୁର୍ଗମ ଓ ଅପହଞ୍ଚ ଗ୍ରାମଠାରୁ ଆରମ୍ଭ କରି ସହର ପର୍ଯ୍ୟନ୍ତ ପ୍ରତ୍ୟେକ ଅଞ୍ଚଳର ଗୁରୁତ୍ୱପୂର୍ଣ୍ଣ ଖବର ସଂଗ୍ରହ କରି ଲୋକଙ୍କ ନିକଟରେ ପହଞ୍ଚାଉଛନ୍ତି। ସେହିପରି ବନ୍ୟା, ବାତ୍ୟା ଓ ଅନ୍ୟାନ୍ୟ ବିପର୍ଯ୍ୟୟ ସମୟରେ ମଧ୍ୟ ଖରା, ବର୍ଷା ଓ ଶୀତକୁ ଖାତିର ନକରି ଖବର ସଂଗ୍ରହ କରୁଛନ୍ତି। ଏହା ସହିତ ଜନସାଧାରଣଙ୍କ ନିକଟରେ ଜରୁରୀ ସୂଚନା ଓ ସଚେତନତାର ବାର୍ତ୍ତା ପହଞ୍ଚାଉଛନ୍ତି। ଏ କ୍ଷେତ୍ରରେ ଗଣମାଧ୍ୟମର ଭୂମିକା ଅତ୍ୟନ୍ତ ପ୍ରଶଂସନୀୟ। ଜିଲ୍ଲାର ବିକାଶ ଓ ଜନସଚେତନତା ସୃଷ୍ଟି କରିବାରେ ଗଣମାଧ୍ୟମର ଅବଦାନ ଅତୁଳନୀୟ। ଜିଲ୍ଲା ପ୍ରଶାସନକୁ ବିଭିନ୍ନ ସମୟରେ ସହଯୋଗ କରି ଆସୁଥିବା ସମସ୍ତ ଗଣମାଧ୍ୟମ ପ୍ରତିନିଧିଙ୍କୁ ଯେତେ ପ୍ରଶଂସା କଲେ ମଧ୍ୟ ତାହା କମ୍ ହେବ। ସେହିପରି ପ୍ରଶାସନକୁ ପ୍ରତି ସମୟରେ ସହଯୋଗ କରୁଥିବାରୁ ସମସ୍ତ ଗଣମାଧ୍ୟମ ପ୍ରତିନିଧି ମାନଙ୍କୁ ବେଶ୍ ପ୍ରଶଂସା କରିଥିଲେ । ଏହି ଉପଲକ୍ଷେ “ସାମ୍ବାଦିକତା: ଲୋକପ୍ରିୟତା ବନାମ କର୍ତ୍ତଵ୍ୟବୋଧତା” ଶୀର୍ଷକ ଉପରେ ଏକ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା । ସମ୍ମାନିତ ଅତିଥି ଭାବରେ ଭାବରେ ବରିଷ୍ଠ ସାମ୍ବାଦିକ ଶ୍ରୀ ଗରୁଡ଼ଧ୍ଵଜ ଚୌଧୁରୀ, ଶ୍ରୀ ବସନ୍ତ କୁମାର ପଣ୍ଡା, ଶ୍ରୀ ପ୍ରଣଜ କୁମାର ପଟ୍ଟାୟକ ଯୋଗ ଦେଇଥିବା ବେଳେ ଶ୍ରୀ ଡିଜେନ୍ଦ୍ର ନାଥ ପାଢ଼ୀ, ବରିଷ୍ଠ ସାମ୍ୱାଦିକ ସଭା ପରିଚାଳନା କରିଥିବା ବେଳେ ଶ୍ରୀ ଆଦର୍ଶ କୁମାର ଦାଶ ସାମ୍ବାଦିକଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ । ଜିଲ୍ଲାର ସମସ୍ତ ଗଣମାଧ୍ୟମ ପ୍ରତିନିଧିମାନେ ଏହି ଆଲୋଚନା ଚକ୍ରରେ ଅଂଶଗ୍ରହଣ କରି ନିଜ ନିଜର ଅଭିଭାଷଣ ରଖିଥିଲେ । ଏହି କାର୍ଯ୍ୟକ୍ରମକୁ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରଦୀପ୍ତ ଗୁରୁମାଇ ଓ ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ତୁଷାରମୟ ସେନାପତି,ସମସ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବା ବେଳେ ବିଭାଗର କର୍ମଚାରୀ ଅପରାନନ୍ଦ ଆନନ୍ଦ ଓ ପ୍ରଦୀପ କୁମାର ରଥ ସହଯୋଗ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories

*ଦ୍ୱିତୀୟ ଦିବସରେ ୭୦ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ଭଲିବଲ୍ ପ୍ରତିଯୋଗିତା ଅନୁଷ୍ଠିତ* ପାରଳାଖେମୁଣ୍ଡି,ତା.୧୧.୧୧.୨୦୨୬ ଗଜପତି ଜିଲ୍ଲା ରାୟଗଡ଼ ବ୍ଲକ୍‌ ସ୍ଥିତ ସରକାରୀ ଏସ୍‌.ଏସ୍‌.ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଆୟୋଜିତ ୭୦ତମ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ ୧୪ ଓ ୧୭ ବର୍ଷରୁ କମ୍ ବାଳକ ଓ ବାଳିକା ଭଲିବଲ୍ ପ୍ରତିଯୋଗିତା (୨୦୨୬-୨୭) ଦ୍ୱିତୀୟ ଦିବସରେ ଉତ୍ସାହ ସହ ଅନୁଷ୍ଠିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ କ୍ରୀଡ଼ା ମହୋତ୍ସବରେ ଓଡ଼ିଶାର ୩୦ଟି ଜିଲ୍ଲାରୁ ବହୁ ସଂଖ୍ୟାରେ ଛାତ୍ରଛାତ୍ରୀ ଯୋଗଦେଇ ନିଜ ନିଜର କ୍ରୀଡ଼ା ପ୍ରତିଭା ଓ ଦକ୍ଷତା ପ୍ରଦର୍ଶନ କରୁଛନ୍ତି। ପ୍ରତିଯୋଗିତାର ସୁପରିଚାଳନା ପାଇଁ ମୋଟ ୫ଟି ଖେଳ ପଡ଼ିଆ ବା କୋର୍ଟର ବ୍ୟବସ୍ଥା କରାଯାଇଛି। ପ୍ରତ୍ୟେକ କୋର୍ଟରେ ପ୍ରାୟ ୧୨ରୁ ୧୫ଟି ମ୍ୟାଚ୍ ଅନୁଷ୍ଠିତ ହୋଇଥିବାବେଳେ ସମସ୍ତ ଖେଳାଳି ଉଚ୍ଚକୋଟୀର ଖେଳ ପ୍ରଦର୍ଶନ କରି ଦର୍ଶକଙ୍କ ମନ ଜିଣିଥିଲେ। ଦ୍ୱିତୀୟ ଦିବସର କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲ୍‌ଗୁନୀ ମାଝୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ଥିବା ବେଳେ ମୁଖ୍ୟ ବକ୍ତା ଭାବରେ ଜିଲ୍ଲା ଶିକ୍ଷା ଅଧିକାରୀ ଡଃ ମାୟାଧର ସାହୁ ଯୋଗଦେଇଥିଲେ। ସେହିପରି ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀ ଏସ୍‌. ଗିରିଧର, ମୋହନା ଓ ଆର୍‌. ଉଦୟଗିରି ବ୍ଲକ୍‌ର ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀ ବୀରେନ୍ଦ୍ର ମଣ୍ଡଳ, ରାୟଗଡ଼ ତହସିଲଦାର ଶ୍ରୀ ସୁକାନ୍ତ ପ୍ରଧାନ ଏବଂ କନ୍ଧମାଳ ଜିଲ୍ଲାର ଶାରୀରିକ ଶିକ୍ଷା ନିରୀକ୍ଷକ ଶ୍ରୀ ସଞ୍ଜୟ କୁମାର ପାତ୍ର ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ପ୍ରତିଯୋଗିତାର ବିଭିନ୍ନ ଦିଗ ଉପରେ ମତବ୍ୟକ୍ତ କରିବା ସହ ଖେଳାଳିମାନଙ୍କୁ ଉତ୍ସାହିତ କରିଥିଲେ। ଏହି ବୃହତ୍ କ୍ରୀଡ଼ା ଆୟୋଜନକୁ ସଫଳ ଓ ସୁସଂଗଠିତ କରିବାରେ ଜିଲ୍ଲାର ବିଭିନ୍ନ ବିଦ୍ୟାଳୟର ପ୍ରଧାନଶିକ୍ଷକ, ପ୍ରଧାନଶିକ୍ଷୟିତ୍ରୀ, ସହକାରୀ ଶିକ୍ଷକ-ଶିକ୍ଷୟିତ୍ରୀ ଏବଂ କ୍ରୀଡ଼ା ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ସକ୍ରିୟ ସହଯୋଗ ଓ ଉପସ୍ଥିତି ବେଶ୍ ପ୍ରଶଂସନୀୟ ହୋଇଥିଲା।କାର୍ଯ୍ୟକ୍ରମର ମଞ୍ଚ ପରିଚାଳନା ସରକାରୀ ଏସ୍‌.ଏସ୍‌.ଡି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, ରାୟଗଡ଼ର କ୍ରୀଡ଼ା ଶିକ୍ଷକ ଶ୍ରୀ ସନ୍ତୋଷ ପଣ୍ଡା ପରିଚାଳନା କରିଥିଲେ। ଶେଷରେ ଗଜପତି ଜିଲ୍ଲାର ଶାରୀରିକ ଶିକ୍ଷା ନିରୀକ୍ଷକ ଶ୍ରୀ ସୁରେନ୍ଦ୍ର କୁମାର ପାତ୍ର ଉପସ୍ଥିତ ସମସ୍ତ ଅତିଥି, ଆୟୋଜକ, ଶିକ୍ଷକ-ଶିକ୍ଷୟିତ୍ରୀ ଓ ପ୍ରତିଯୋଗୀମାନଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ।