Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କିର୍ମିରା ବ୍ଲକ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ,ମୋଟ ୨୯ଟି ଅଭିଯୋଗ ପଞ୍ଜୀକୃତ

କିର୍ମିରା ବ୍ଲକ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ,ମୋଟ ୨୯ଟି ଅଭିଯୋଗ ପଞ୍ଜୀକୃତ
ଝାରସୁଗୁଡ଼ା, ୧୬/୧୧ (ଓଡ଼ିଶା ନ୍ୟୁଜ୍) ଜିଲ୍ଲା ପ୍ରଶାସନ ପକ୍ଷରୁ ଆଜି କିର୍ମିରା ବ୍ଲକ କାର୍ଯ୍ୟାଳୟ ପରିସରରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇ ଯାଇଛି। ଜିଲ୍ଲାପାଳ କୁଣାଲ ମୋତିରାମ ଚହ୍ବାଣ ଏବଂ ଆରକ୍ଷୀ ଅଧୀକ୍ଷକ ସୁଶ୍ରୀ ସୋନାଲୀ ସିଂହ ପରମାରଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏହି ଶିବିର ଆୟୋଜିତ ହୋଇଥିଲା।
ଏହି ଅବସରରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକ ଉପସ୍ଥିତ ରହି ଜନ ସାଧାରଣଙ୍କ ବିଭିନ୍ନ ଅଭାବ ଅସୁବିଧା ସିଧାସଳଖ ଶୁଣିବା ସହ ସେ ଗୁଡ଼ିକର ତ୍ୱରିତ ସମାଧାନ ନିମନ୍ତେ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଆଜିର ଏହି ଶିବିରରେ ମୋଟ ୨୯ଟି ଅଭିଯୋଗ ପଞ୍ଜୀକୃତ ହୋଇଥିବା ବେଳେ ସେଥିମଧ୍ୟରୁ ୧୫ଟି ବ୍ୟକ୍ତିଗତ ଏବଂ ୧୪ଟି ସାମୂହିକ ଅଭିଯୋଗ ରହିଛି। ବିଶେଷ କରି ଗ୍ରାମାଞ୍ଚଳର ରାସ୍ତାଘାଟ ନିର୍ମାଣ ଓ ମରାମତି, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଗୃହ ଯୋଗାଣ, ସାମାଜିକ ସୁରକ୍ଷା ଭତ୍ତା, ଆଲୋକୀକରଣ ଏବଂ ଧାନ କ୍ରୟ ସମ୍ପର୍କିତ ବିଭିନ୍ନ ସମସ୍ୟା ଜନ ସାଧାରଣଙ୍କ ପକ୍ଷରୁ ଉପସ୍ଥାପନ କରା ଯାଇଥିଲା। ପ୍ରାପ୍ତ ସମସ୍ତ ଅଭିଯୋଗ ଗୁଡ଼ିକୁ ଗ୍ରହଣ କରି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ଏହାର ସମାଧାନ କରିବାକୁ ଜିଲ୍ଲାପାଳ ଶ୍ରୀ ଚହ୍ବାଣ ଅଧିକାରୀ ମାନଙ୍କୁ ତାଗିଦ କରିଥିଲେ। କାର୍ଯ୍ୟକ୍ରମରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ବିଶ୍ୱରଞ୍ଜନ ନାୟକ, ଉପଜିଲ୍ଲାପାଳ ସବ୍ୟସାଚୀ ପଣ୍ଡା, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ଶକ୍ତି ପ୍ରସାଦ ପାଢ଼ୀ ଏବଂ କିର୍ମିରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅବିନାଶ ଲାକ୍ରାଙ୍କ ସମେତ ବିଭିନ୍ନ ଜିଲ୍ଲା ଓ ବ୍ଲକ ସ୍ତରୀୟ ବିଭାଗୀୟ ଅଧିକାରୀ ମାନେ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ

More Stories