Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମା’ ଗୃହ ଓ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କଲେ ମିଶନ ଶକ୍ତି କମିଶନର ତଥା ଶାସନ ସଚିବ ଶ୍ରୀମତୀ ମାନସୀ ନିମ୍ବାଲ

ପାରଳାଖେମୁଣ୍ଡି:୧୯/୧୧(ଗରୁଡ଼ ଧ୍ଵଜ ଚୌଧୁରୀ) ଗଜପତି ଜିଲ୍ଲାର ପୂର୍ବରୁ ଜିଲ୍ଲପାଳ ରହିଥିବା ଏବଂ ବର୍ତ୍ତମାନ ରାଜ୍ଯ ମିଶନ ଶକ୍ତି କମିଶନର-ତଥା-ଶାସନ ସଚିବ ଶ୍ରୀମତୀ ମାନସୀ ନିମ୍ଭାଲ ରାୟଗଡ଼ ବ୍ଲକ ଅନ୍ତର୍ଗତ ମା’ ଗୃହ ସମେତ ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେ ଆଶ୍ରୟସ୍ଥଳୀରେ ରହୁଥିବା ସ୍ଥାନାନ୍ତରିତ ଗର୍ଭବତୀ ମହିଳା ଓ ଅନ୍ୟାନ୍ୟ ଲୋକଙ୍କ ସହ ଆଲୋଚନା କରି ସେମାନଙ୍କ ସୁବିଧା, ସୁରକ୍ଷା ଓ ଆବଶ୍ୟକତା ସମ୍ପର୍କରେ ପଚାରି ବୁଝିଥିଲେ।ଏଥିସହ ଆଶ୍ରୟସ୍ଥଳୀରେ ରହୁଥିବା ଲୋକଙ୍କୁ ଆବଶ୍ୟକୀୟ ସୁବିଧା ଓ ସହାୟତା ଠିକ୍‌ ଭାବେ ମିଳୁଛି କି ନାହିଁ, ସେ ସମ୍ପର୍କରେ ମଧ୍ୟ ସେ ଅନୁଧ୍ୟାନ କରିଥିଲେ।ଏହି ପରିଦର୍ଶନ ସମୟରେ ପିଏ, ଆଇଟିଡିଏ, ରାୟଗଡ଼ ବିଡିଓ, ଡିପିଏମ୍‌, ସିଡିପିଓଙ୍କ ସମେତ ବ୍ଲକର ବିଭିନ୍ନ ବିଭାଗର ଅନ୍ୟାନ୍ୟ ଅଧିକାରୀ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ