Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବୃକ୍ଷରୋପଣ କାର୍ଯ୍ୟକ୍ରମର ଶୁଭାରମ୍ଭ କଲେ ବ୍ଲକ ଅଧ୍ୟକ୍ଷା

କଳାହାଣ୍ଡି,୨୭/୧୧-ଲାଞ୍ଜିଗଡ଼ ବ୍ଲକ ତଥା ବିଶ୍ୱନାଥପୁର ବନାଞ୍ଚଳ ଅନ୍ତର୍ଗତ ବିଶ୍ୱନାଥପୁର ସେକ୍ସନ ବଡ଼ବାନୀଗାଁ ହାତୀଶାଳ ଜଙ୍ଗଲରେ ଆଜି ବୃକ୍ଷରୋପଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରାଯାଇଛି। କାମ୍ପା ଯୋଜନାରେ ଲଣ୍ଡା ପାହାଡ଼ରେ ବିଭିନ୍ନ ବୃକ୍ଷଚାରା ଲଗାଇବାକୁ ଆରମ୍ଭ ହୋଇଥିବା ଏହି ପ୍ରକଳ୍ପରେ ମୁଖ୍ୟଅତିଥି ଭାବେ ଲାଞ୍ଜିଗଡ଼ ବ୍ଲକ ଅଧ୍ୟକ୍ଷା କମଳା ପାତ୍ର ଯୋଗ ଦେଇଥିବାବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ସଦସ୍ୟା ଅଞ୍ଜଳୀ ମାଝୀ, ସମାଜସେବୀ ହରିଶଙ୍କର ପାତ୍ର, ବନମାଳୀ ମାଝୀ ପ୍ରମୁଖ ଯୋଗ ଦେଇଥିଲେ। ବିଶ୍ୱନାଥପୁର ବନପାଳ ଚିନ୍ତାମଣି ମାଝୀଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମକୁ ବନବିଭାଗର ଅନ୍ୟ ଅଧିକାରୀ ଓ କର୍ମଚାରୀ ସହଯୋଗ କରିଥିଲେ। ସେହିପରି ବନ୍ଧପାରୀ ପଞ୍ଚାୟତ ଟକଲାସୁର ଜଙ୍ଗଲରେ ଅନୁଷ୍ଠିତ ବୃକ୍ଷରୋପଣ କାର୍ଯ୍ୟକ୍ରମରେ ବ୍ଲକ ଅଧ୍ୟକ୍ଷା ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ