ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ବାଲ୍ୟ ବିବାହ ମୁକ୍ତ ଭାରତ’ ଅଭିଯାନ ଅନ୍ତର୍ଗତ ସାମୂହିକ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ
ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ଠାରେ ବାଲ୍ୟ ବିବାହ ମୁକ୍ତ ଭାରତ’ ଅଭିଯାନ ଅନ୍ତର୍ଗତ ସାମୂହିକ ଶପଥ ପାଠ କାର୍ଯ୍ୟକ୍ରମ ଅନୁଷ୍ଠିତ
ପାରଳାଖେମୁଣ୍ଡି:୨୭/୧୧(ଗରୁଡ଼ ଧ୍ଵଜ ଚୌଧୁରୀ)
ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଆଜି ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀଙ୍କ ପକ୍ଷରୁ ‘ବାଲ୍ୟ ବିବାହ ମୁକ୍ତ ଭାରତ’ ଅଭିଯାନ ଅନ୍ତର୍ଗତ ଏକ ସାମୂହିକ ଶପଥ ପାଠ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା।ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଫାଲଗୁନୀ ମାଝୀ ଏବଂ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମୁନିନ୍ଦ୍ର ହୋନନାଗାଙ୍କ ଉପସ୍ଥିତିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସମସ୍ତ ଅଧିକାରୀ ଓ ବିଭିନ୍ନ ବିଭାଗର କର୍ମଚାରୀମାନେ ବାଲ୍ୟ ବିବାହର ନିରାକରଣ ଏବଂ ସମାଜରୁ ଏହି କୁପ୍ରଥାକୁ ସମ୍ପୂର୍ଣ୍ଣ ଦୂର କରିବା ନିମନ୍ତେ ସାମୂହିକ ଶପଥ ଗ୍ରହଣ କରିଥିଲେ।ଏଥିସହିତ ‘ବାଲ୍ୟ ବିବାହ ମୁକ୍ତ ଭାରତ’ ପୋର୍ଟାଲ୍ ମାଧ୍ୟମରେ ଅନଲାଇନ୍ରେ ମଧ୍ୟ ଶପଥ ଗ୍ରହଣ କରାଯାଇ ପ୍ରମାଣପତ୍ର ସୃଷ୍ଟି କରାଯାଇଥିଲା। ଅଭିଯାନ ସମ୍ପର୍କିତ ସୂଚନା, ଶିକ୍ଷା ଓ ଯୋଗାଯୋଗ (IEC) ସଚେତନତା ସାମଗ୍ରୀ ମଧ୍ୟ ବଣ୍ଟନ କରାଯାଇଥିଲା।
ଏହି ଅଭିଯାନକୁ ଜିଲ୍ଲାବ୍ୟାପୀ ସଫଳ କରିବା ଉଦ୍ଦେଶ୍ୟରେ ଗଜପତି ଜିଲ୍ଲାର ସମସ୍ତ ବ୍ଲକ୍ରେ ମଧ୍ୟ ଶପଥ ପାଠ ଓ ସଚେତନତା କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ବାଲ୍ୟ ବିବାହ ଭଳି ସାମାଜିକ କୁପ୍ରଥାର ନିରାକରଣ ପାଇଁ ଜନସାଧାରଣ, ଅଭିଭାବକ ଓ ସମସ୍ତ ବର୍ଗର ଲୋକଙ୍କ ସକ୍ରିୟ ସହଯୋଗ ଏବଂ ସଚେତନତା ଅତ୍ୟନ୍ତ ଜରୁରୀ। ଏହି ସଚେତନତା ଶପଥ ପାଠ କାର୍ଯ୍ୟକ୍ରମରେ ଡେପୁଟି କଲେକ୍ଟର ଶ୍ରୀ ବିନାୟକ ରାଉଲ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଶ୍ରୀ ଅଶୋକ କୁମାର ପଟ୍ଟନାୟକ, ଜିଲ୍ଲା ସମାଜ ମଙ୍ଗଳ ପ୍ରୋଗ୍ରାମ ଅଧିକାରୀ ଶ୍ରୀମତୀ ସାରଳା ପାତ୍ର, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀ ଅରୁଣ କୁମାର ତ୍ରୀପାଠୀ ସମେତ ସମସ୍ତ ବିଭାଗୀୟ ଅଧିକାରୀ ଓ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ।

