ଆଜି ମହାପ୍ରଭୁଙ୍କ ବନକଲାଗି ନୀତି; କାଲି ଶ୍ରୀଜିଉଙ୍କ ନବଯୌବନ ଦର୍ଶନ କରିବେ ଭକ୍ତ


ପୁରୀ: ସୁସ୍ଥ ହେଲେଣି ମହାପ୍ରଭୁ। ଆଉ ୨ ଦିନ ପରେ ରଥାରୁଢ ହେବେ ତିନିଠାକୁର। ଆଜି ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଆସନ୍ତାକାଲି ଶ୍ରୀଜିଉଙ୍କ ନବଯୌବନ ଦର୍ଶନ। ଏଥିପାଇଁ ଉତ୍ସାହିତ ଭକ୍ତ । ଦତ ମହାପାତ୍ର ସେବାୟତଙ୍କ ଦ୍ୱାରା ଏହି ନୀତି ସମ୍ପନ୍ନ ହେବ ।

ଆସନ୍ତାକାଲି ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ ରହିଥିବାରୁ ସକାଳ ୬ଟାରେ ଚକାଅପସର, ୬ଟା ୧୦ରେ ମଙ୍ଗଳ ଆଳତୀ, ମଇଲମ, ଅବକାଶ ଓ ସାଢ଼େ ୭ଟାରେ ଦଶଅବତାର ଠାକୁର ବାହୁଡ଼ା ବିଜେ ହେବ। ସକାଳ ୮ଟାରେ ଅଣସର ତାଟି ଓ ପଟିଦିଅଁ ବିସର୍ଜନ ତାପରେ ଆରମ୍ଭ ହେବ ଭିତରକାଠ ନିକଟରେ ପରମାଣିକ ଦର୍ଶନ ୯ଟା ପର୍ଯ୍ୟନ୍ତ ହେବ । ୯ଟାରୁ ୧୧ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ହେବ ।