Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସମ୍ଭାବ୍ୟ ବନ୍ୟାର ମୁକାବିଲା ପାଇଁ ଟେବୁଲ ଟପ ଏକ୍ସରସାଇଜ ,ବିପର୍ଯ୍ୟୟ ର ଅତ୍ୟନ୍ତ ଗୁରୁତର ପ୍ରଭାବ କୁ ଧ୍ୟାନରେ ରଖି ସମସ୍ତ ବିଭାଗ ପ୍ରସ୍ତୁତ ରୁହ; ଜିଲ୍ଲାପାଳ

ସୁବର୍ଣ୍ଣପୁର-ସୁବର୍ଣ୍ଣପୁର କଜିଲ୍ଲାରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି ର ମୁକାବିଳା ପାଇଁ ଜିଲ୍ଲାପାଳ ସୁବର୍ଣ୍ଣପୁର ଶ୍ରୀଯୁକ୍ତ ବିମଳେନ୍ଦୁ ରାୟ ଙ୍କ ଅଧ୍ୟକ୍ଷତାରେ ଟେବୁଲ ଟପ ଏକ୍ସରସାଇଜ ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ଠାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ଜରୁରୀକାଳୀନ ଶାଖା ଦ୍ଵାରା ଆହୂତ ଏହି କାର୍ଯ୍ୟକ୍ରମରେ ଜିଲ୍ଲାରେ ସମ୍ଭାବ୍ୟ ବନ୍ୟାର ଉଚିତ ମୁକାବିଳା ପାଇଁ ବିଭାଗୀୟ ପ୍ରସ୍ତୁତି ଓ କାର୍ଯ୍ୟକାରିତା ଉପରେ ବିଭିନ୍ନ ବିଭାଗ ବନ୍ୟା ପୂର୍ବରୁ, ବନ୍ୟା ସମୟରେ ଓ ବନ୍ୟା ପରବର୍ତ୍ତୀ ପଦକ୍ଷେପ ଉପରେ ଅଧିକାରୀ ମାନେ ବିଭାଗୀୟ କାର୍ଯ୍ୟକ୍ରମର ବିସ୍ତୃତ ତଥ୍ୟ ଦୃଶ୍ୟ ଶ୍ରାବ୍ୟ ମାଧ୍ୟମରେ ଉପସ୍ଥାପନା କରିଥିଲେ l ଜିଲ୍ଲାପାଳ ଶ୍ରୀ ରାୟ ବିଭାଗ ମାନଙ୍କ ଦ୍ୱାରା ପ୍ରସ୍ତୁତ କାର୍ଯ୍ୟକ୍ରମର ତଥ୍ୟ ଗୁଡିକର ପ୍ରତ୍ୟେକଟି ବିନ୍ଦୁ ଉପରେ ବିଷଦ ଭାବରେ ଆଲୋଚନା କରି ସମ୍ଭାବ୍ୟ ବନ୍ୟା ର ସଠିକ ଓ ସଫଳ ମୁକାବିଳା ନିମନ୍ତେ ବିପର୍ଯ୍ୟୟ ର ଅତ୍ୟନ୍ତ ଗୁରୁତର ପ୍ରଭାବ କୁ ଧ୍ୟାନରେ ରଖି ସମସ୍ତ ବିଭାଗ ପ୍ରସ୍ତୁତ ରହିବାକୁ ନିର୍ଦେଶ ଦେଇ ବନ୍ୟା ଆଶ୍ରୟ ସ୍ଥଳୀ ମାନଙ୍କରେ ସମୟ ପୂର୍ବରୁ ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ମହଜୁଦ ରଖିବା ସହିତ ବନ୍ୟା ସମ୍ୱନ୍ଧୀୟ ଯେକୌଣସି ପୂର୍ବ ସୂଚନାର ବ୍ୟାପକ ଜନ ସଚେତନତା ଉପରେ ଗୁରୁତ୍ୱାରୋପ କରିଛନ୍ତି ।

ସେ ଏହି ପରିପ୍ରେକ୍ଷୀରେ ସମସ୍ତ ବିଭାଗ ପରସ୍ପର ମଧ୍ୟରେ ସୁ ସମ୍ପର୍କ ରକ୍ଷା ପୂର୍ବକ କାର୍ଯ୍ୟ କରି ଜିଲ୍ଲାରେ ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱଦେବାକୁ ଅଧିକାରୀଙ୍କୁ ପରାମର୍ଶ ଦେଇଛନ୍ତି l ଜିଲ୍ଲାର ସମ୍ପୃକ୍ତ ପ୍ରତ୍ୟେକ ଅଧିକାରୀ ତଥା କର୍ମଚାରୀ ସମ୍ଭାବ୍ୟ ବନ୍ୟାର ମୁକାବିଲା ନିମନ୍ତେ ସମ୍ପୂର୍ଣ ପ୍ରସ୍ତୁତ ରହି ସ୍ଥିତି ପରିସ୍ଥିତି କୁ ଦେଖି ତ୍ୱରିତ ପଦକ୍ଷେପ ପାଇଁ କାର୍ଯ୍ୟ କରିବାକୁ ଗୁରୁତ୍ୱାରୋପ କରିଛନ୍ତି l କାର୍ଯ୍ୟ ର ବ୍ୟବସ୍ଥିତ ପରିଚାଳନା ନିମନ୍ତେ ଜିଲ୍ଲାସ୍ତର, ଉପଖଣ୍ଡ ସ୍ତର ବ୍ଲକସ୍ତର ତଥା ସମ୍ପୃକ୍ତ ବିଭିନ୍ନ ବିଭାଗ କାର୍ଯ୍ୟାଳୟ ରେ 24 ଘଣ୍ଟିଆ କଣ୍ଟ୍ରୋଲ ରୁମ କାର୍ଯ୍ୟକ୍ଷମ କୁ ସୁନିଶ୍ଚିତ କରିବାକୁ ସମ୍ପୃକ୍ତ ଅଧିକାରୀ ତଥା ବିଡ଼ିଓ ମାନଙ୍କୁ ନିର୍ଦେଶ ଦେଇଛନ୍ତି l ବିଭିନ୍ନ ଲାଇନ ଡିପାର୍ଟମେଣ୍ଟ ର ଅଧିକାରୀ ମାନେ ବିଗତ ବର୍ଷ ର ଅଭିଜ୍ଞତା କୁ ନେଇ ନିଜ ବିଭାଗ ସମ୍ପୃକ୍ତ ସମ୍ବେଦନଶୀଳ କାର୍ଯ୍ୟକୁ ସମୟ ପୂର୍ବରୁ ବ୍ୟବସ୍ଥିତ କରିବାକୁ ନିର୍ଦେଶ ଦେଇଛନ୍ତି l କାର୍ଯ୍ୟକ୍ରମରେ ଜିଲ୍ଲା ପର୍ଯ୍ୟବେକ୍ଷକ ଭାବେ ଓଡିଶା ରାଜ୍ୟ ବିପର୍ଯୟ ପରିଚାଳନା କର୍ତ୍ତୃପକ୍ଷ ର ଆଶ୍ରୟସ୍ଥଳୀ ସଂଯୋଜକ ଶ୍ରୀ ସୁଦେଶ କୁମାର ସେଠୀ ଯୋଗଦାନ କରି ବିପର୍ଯ୍ୟୟ ର ମୁକାବିଳା ନିମନ୍ତେ ଓସଡ଼ମା ଓ ଏନଡିଆରଏଫ ର ଭୂମିକା ଉପରେ ଆଲୋକପାତ କରି ପ୍ରତ୍ୟେକ ବିଭାଗ ସଂଗଠିତ ହୋଇ ନିଜ ନିଜର ଦାୟିତ୍ୱ କୁ ନିଷ୍ଠା ର ସହ ସମ୍ପାଦନ କଲେ ଆମେ ନିଶ୍ଚିତ ସଫଳ ହେବା ବୋଲି କହିଥିଲେ l ଏହି ପରିପ୍ରେକ୍ଷୀରେ ଆଜି ସମସ୍ତ ବ୍ଲକ ସ୍ତର ସହ ମ୍ୟୁନିସିପାଲିଟି ସୋନପୁର, ଏନଏସି ବିନିକା ଓ ତରଭା ରେ ମଧ୍ୟ ଟେବୁଲ ଟପ ଏକ୍ସରସାଇଜ ଅନୁଷ୍ଠିତ ହୋଇଥିବା ବେଳେ ଆସନ୍ତା କାଲି
ତା ୧୯/0୬/୨୩ ପୂର୍ବାହ୍ନ ୯ ଘଟିକା ସମୟରେ ଜିଲ୍ଲାରେ ଥିବା ୬ ଗୋଟି ବହୁମୁଖୀ ବନ୍ୟା ଆଶ୍ରୟ ସ୍ଥଳୀ ଠାରେ ମକ ଡ୍ରିଲ ଅନୁଷ୍ଠିତ ହେବ l

କାର୍ଯ୍ୟକ୍ରମ ଅବସରରେ ରେ ଜିଲ୍ଲାପରିଷଦ ଅଧ୍ୟକ୍ଷା ଶ୍ରୀମତୀ ସୁପାର ଠେଲା ଉପସ୍ଥିତ ରହିଥିବା ବେଳେ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅମରେଶ ପଣ୍ଡା, ଅତିରିକ୍ତ ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ , ସି ଡି ଓ ତଥା ନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଶ୍ରୀ ନିହାର ରଞ୍ଜନ କଁହର, ଉପ ଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର,ବୀରମହାରାଜପୁର ଉପ ଜିଲ୍ଲାପାଳ ଅଶୋକ ଭୋଇ ପ୍ରମୁଖ ଯୋଗଦାନ କରି ନିଜ ନିଜର ସୁ ଚିନ୍ତିତ ମତବ୍ୟକ୍ତ କରି ସମ୍ଭାବ୍ୟ ବନ୍ୟାର ଉଚିତ ମୁକାବିଲା ନିମନ୍ତେ ବିଭାଗ ବିଭାଗ ମଧ୍ୟରେ ଉତ୍ତମ ସମନ୍ୱୟ ରକ୍ଷା କରି ଦୃଢ଼ ମାନସିକତା ସହ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି l ପ୍ରତ୍ୟେକ ବିଭାଗ ନିଜ ସ୍ତରରେ ମାଇକ୍ରୋ ପ୍ଲାନିଂ କରି ବିଭାଗୀୟ କାର୍ଯ୍ୟର ଦାୟିତ୍ୱ ବଣ୍ଟନ କୁ ନିଶ୍ଚିତ କରିବା ନିମନ୍ତେ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦେଶ ଦିଆଯାଇଛି l ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଜିଲ୍ଲାସ୍ତରୀୟ ଅଧିକାରୀ, ଲାଇନ ଡିପାର୍ଟମେଣ୍ଟ ର ଅଧିକାରୀ , ସମସ୍ତ ଗୋଷ୍ଠୀ ଉନ୍ନୟନ ଅଧିକାରୀ,ତହସିଲଦାର, କାର୍ଯ୍ୟନିର୍ବାହୀ ଅଧିକାରୀ ମ୍ୟୁନିସିପାଲିଟି ସୋନପୁର ଓ ବିଜ୍ଞାପିତ ଅଞ୍ଚଳ ପରିଷଦ ବିନିକା ଓ ତରଭା,ବିଭିନ୍ନ ଗଣମାଧ୍ୟମର ଜିଲ୍ଲା ପ୍ରତିନିଧି ପ୍ରମୁଖ ଉପସ୍ଥିତ ରହିଥିଲେ l ଜିଲ୍ଲା ଜରୁରୀ ଶାଖା ଅଧିକାରୀ ଆନନ୍ଦ କୁମାର ପଣ୍ଡା ସ୍ୱାଗତ କରିବା ସହ କାର୍ଯ୍ୟକ୍ରମର ଆଭିମୁଖ୍ୟ ଓ ତାତ୍ପର୍ଯ୍ୟ ଉପରେ ଆଲୋକପାତ କରିଥିଲେ l ଜିଲ୍ଲା ଜରୁରୀ ଶାଖାର ପ୍ରକଳ୍ପ ଅଧିକାରୀ ବିଶ୍ୱନାଥ ନାୟକ କାର୍ଯ୍ୟକ୍ରମ ର ରୂପରେଖ, ବ୍ୟବସ୍ଥିତ କାର୍ଯ୍ୟଖସଡ଼ା ଉପରେ ସୂଚନା ପ୍ରଦାନ କରିଥିଲେ l

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ