Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୬୫ ବର୍ଷରେ ପଦାର୍ପଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ବର: ଆଜି ୬୫ ବର୍ଷରେ ପଦାର୍ପଣ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏହି ଅବସରରେ ହଜଖସ୍‌ ଜଗନ୍ନାଥ ମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି ମହାମହିମ ରାଷ୍ଟ୍ରପତି। ସଂଯୋଗ ଏମିତି ଆଜି ବିଶ୍ୱନିୟନ୍ତା ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା। ଏହି ଅବସରରେ ସେ ଟ୍ୱିଟ କରି ଦେଶବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ମଧ୍ୟ ଜଣାଇଛନ୍ତି।

ଏହାସହ ସେ କହିଛନ୍ତି ମହାପ୍ରଭୁଙ୍କ ଦର୍ଶନ ମୋ ପାଇଁ ସୌଭାଗ୍ୟ, ତେଣୁ ସମସ୍ତଙ୍କୁ ଧନ୍ୟବାଦ ଜଣାଉଛି। ମୁଁ ମହାପ୍ରଭୁଙ୍କୁ ପ୍ରାର୍ଥନା କରୁଛି ଯେ ଏହି ପବିତ୍ର ରଥଯାତ୍ରା ସମସ୍ତଙ୍କ ଜୀବନରେ ସୁଖ, ଶାନ୍ତି ଏବଂ ସମୃଦ୍ଧିରେ ପରିପୂର୍ଣ୍ଣ ହୋଇଯାଉ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ