ତାତିରୁ ମିଳିବ ମୁକ୍ତି; ଆସନ୍ତାକାଲିଠୁ ରାଜ୍ୟରେ ବର୍ଷା ସମ୍ଭାବନା


ଭୁବନେଶ୍ୱରତାତିରୁ ମିଳିବ ମୁକ୍ତି। ଆସନ୍ତାକାଲିଠୁ ରାଜ୍ୟରେ ବର୍ଷା ସମ୍ଭାବନା। ୨ରୁ ୩ ଦିନ ମଧ୍ୟରେ ମୌସୁମୀ ଛୁଇଁବ ଓଡ଼ିଶା। ମୌସୁମୀ ପାଇଁ ପାଗ ଅନୁକୂଳ ରହିଛି । ଆସନ୍ତାକାଲି ଠାରୁ ୨୪ ତାରିଖ ଯାଏ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ହେବ । ୨୧ ତାରିଖରେ କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

୨୨ ତାରିଖରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ। ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଗଞ୍ଜାମ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୨୩ ତାରିଖରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ।

ଏ ‌ନେଇ ଜଗତସିଂହପୁର, ପୁରୀ ଓ ଗଞ୍ଜାମ ଜିଲ୍ଲାରେ ହେବାକୁ ଥିବା ବେଳେ ପ୍ରବଳ ବର୍ଷା ନେଇ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଖୋର୍ଦ୍ଧା, ନୟାଗଡ଼, ଗଜପତି, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼ ଓ କନ୍ଧମାଳ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି।