Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଓଡିଶାକୁ ଛୁଇଁଲା ମୌସୁମୀ ବାୟୁ:ଉପକୂଳରେ ଘୂର୍ଣ୍ଣି ବଳୟ

ସମ୍ବଲପୁର(ଭୁବନେଶ୍ବର): ଓଡିଶାକୁ ପ୍ରବେଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ।ଫଳରେ ଆଜିଠୁ ରାଜ୍ୟରେ ବର୍ଷା ଲାଗି ରହିବ। ମୌସୁମୀ ବାୟୁ ଆସିଥିବା ବେଳେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଓଡ଼ିଶା ଉପକୂଳରେ ଗୋଟିଏ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଯାହାର ପ୍ରଭାବରେ ଆଗାମୀ ୪ ଦିନ ପର୍ଯ୍ୟନ୍ତ କେତେକ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେଥିପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।
ମିଳିଥିବା ସୂଚନାରୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଜାରି କରିଥିବା ବୁଲେଟିନ୍‌ ଅନୁସାରେ ୨୪ ତାରିଖରେ କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାଛଡ଼ା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼ା, ଅନୁଗୋଳ, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ୱଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।ସେହିପରି ୨୫ ତାରିଖରେ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୋଳ, ବୌଦ୍ଧ, ସମ୍ୱଲପୁର, ସୋନପୁର, ବରଗଡ଼ ଓ ଝାରୁସୁଗୁଡ଼ାରେ କେତେକ ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, ଯାଜପୁର, ଢେଙ୍କାନାଳ, କଟକ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା ଓ ନୟାଗଡ଼ ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ। ସେଥିପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।୨୬ ତାରିଖରେ ଅନୁଗୋଳ, ସମ୍ୱଲପୁର, ସୋନପୁର, ବୌଦ୍ଧ, ବରଗଡ଼, ବଲାଙ୍ଗିର ଓ କଳାହାଣ୍ଡି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବା ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଢେଙ୍କାନାଳ, କଟକ, କନ୍ଧମାଳ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ଆଶଙ୍କା କରାଯାଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।୨୭ ତାରିଖରେ ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗିର, ବରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ଜଣାପଡିଛି।