Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା; ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ମୌସୁମୀ ବର୍ଷା । ଅନ୍ୟପଟେ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ପ୍ରଭାବରେ ଆଜି ମଧ୍ୟ ରାଜ୍ୟର ଅନେକାଂଶରେ ବର୍ଷା ସମ୍ଭାବନା ରହିଛି । ଏହାର ପ୍ରଭାବରେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ଲଘୁଚାପ କ୍ଷେତ୍ରଟି ଆସନ୍ତା ୨ ଦିନ ଯାଏଁ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଉତର ଓଡ଼ିଶା ଓ ଝାଡ଼ଖଣ୍ଡ ଦେଇ ଗତି କରିବାର ସମ୍ଭାବନା ରହିଛି ।

ଏ ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚାନ ପ୍ରଦାନ କରାଯାଇଛି । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ବରଗଡ଼, ବଲାଙ୍ଗୀର, କଳାହାଣ୍ଡି ଓ ନୂଆପଡ଼ା ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେହିପରି ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ନବରଙ୍ଗପୁର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ସେଥିପାଇଁ ଏସବୁ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ