Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଦିଗପହଣ୍ଡି ସଡକ ଦୁର୍ଘଟଣା; ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଗଞ୍ଜାମ: ରବିବାର ବିଳମ୍ବିତ ରାତିରେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିରେ ଅନ୍ତର୍ଗତ ଖେମୁଣ୍ଡି କଲେଜ ସମ୍ମୁଖରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ହୋଇଛି। ଏହି ଦୁର୍ଘଟଣାରେ ୧୨ଜଣଙ୍କ ମୃତ୍ୟୁ ହୋଇଥିବା ଣାପଡିଛି। ତେବେ ଏହି ଦୁର୍ଘଟଣାରେ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇବା ସହିତ ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା କରିଛନ୍ତି। ଏହି ସହାୟତା ରାଶି ମୁଖ୍ୟମନ୍ତ୍ରୀଙ୍କ  ରିଲିଫ  ପାଣ୍ଠିରୁ ଦିଆଯିବ।

ଏହି  ଦୁର୍ଘଟଣାରେ  ଆହତମାନଙ୍କ ଆରୋଗ୍ୟ କାମନା କରିବା  ସହିତ ସେମାନଙ୍କୁ ମାଗଣାରେ ଉପଯୁକ୍ତ  ଚିକିତ୍ସା  ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ