Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମଧୁବାବୁ ପେନସନ ଯୋଜନା ରେ ନୂତନ ହିତାଧିକାରୀ ଙ୍କୁ ଭତ୍ତା ବାଣ୍ଟିଲେ ଧର୍ମଗଡ ବିଧାୟକ ଓ କୋକସରା ବ୍ଲକ ଉପାଧ୍ୟକ୍ଷ

କୋକସରା: ରାଜ୍ୟ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ମଧୁବାବୁ ପେନସନ ଯୋଜନା ରେ ସାମିଲ ହୋଇଥିବା ନୂତନ ହିତାଧିକାରୀ ମାନଙ୍କୁ ଆଜି କୋକସରା ବ୍ଲକ ପ୍ରଶାସନ ପକ୍ଷରୁ ଗୋତୋମୁଣ୍ଡା,ସାନ ପୋଡ଼ାଗୁଡା, ଡୁଡୁକାଠେଙ୍ଗା,ମହିମା ଓ ଟେମରାପଞ୍ଚାୟତ ଠାରେ ୨୪୩ ଜଣ ହିତାଧିକାରୀଙ୍କୁ ମଧୁବାବୁ ପେନସନ ରେ ଭତ୍ତା ବଣ୍ଟନ କରାଯାଇଛି। କାର୍ଯ୍ୟକ୍ରମ ରେ ଧର୍ମଗଡ ବିଧାୟକ ମୋୖଷଧି ବାଗ, କୋକସରା ବ୍ଲକ ଉପାଧ୍ୟକ୍ଷ ରାଜୀବ କୁମାର ଅଗ୍ରୱାଲ, ଗୋ ତୋ ମୁଣ୍ଡା ସରପଞ୍ଚ ପଦ୍ମିନୀ ପୁଝାରି, ପୋଡ଼ାଗୁଡା ସରପଞ୍ଚ ଜୟରାମ ନାଗ, ସମିତି ସଭ୍ୟ ରାଜୀବ ଖମାରି, ଡୁଡୁକାଠେଙ୍ଗା ସରପଞ୍ଚ ହରିପ୍ରିୟା ନାଗ, ମହିମା ସରପଞ୍ଚ ଇଶରାମ କୋଲଥିଆ, ସମିତି ସଭ୍ୟ ଘନଶ୍ୟାମ ନାଏକ,ଟେମରା ସରପଞ୍ଚ କ୍ଷିତିରାମ ପାତ୍ର,ନାଏବ ସରପଞ୍ଚ ମାନେ, ପଞ୍ଚାୟତ କର୍ମଚାରୀ ସମସ୍ତ ୱାର୍ଡ଼ ସଭ୍ୟ ସଭ୍ୟା ଯୋଗଦେଇ ମଧୁବାବୁ ପେନସନ ଯୋଜନା ରେ ଭତ୍ତା ବଣ୍ଟନ ରେ ସାମିଲ ହୋଇଥିଲେ। କୋକସରା ବ୍ଲକ ସାମାଜିକ ସୁରକ୍ଷା ଅଧିକାରୀ ଦୀପକ କୁମାର ବେହେରା ଉପସ୍ଥିତ ରହି ଭତ୍ତା ବଣ୍ଟନ କାର୍ଯ୍ୟକ୍ରମ ର ପରିଚାଳନା କରିଥିଲେ। କୋକସରା ର ୨୨ ପଞ୍ଚାୟତ ରେ ଆଜି ଶେଷ ପର୍ଯ୍ୟାୟରେ ୧୧୨୦ ଜଣ ହିତାଧିକାରୀ ଙ୍କୁ ମଧୁବାବୁ ପେନସନ ଯୋଜନା ରେ ଭତ୍ତା ପ୍ରଦାନ କରାଯାଇଛି। ମଧୁବାବୁ ପେନସନ ଯୋଜନା ରେ ସାମିଲ ହେବାପରେ ହିତାଧିକାରୀ ମାନେ ବ୍ଲକ ପ୍ରଶାସନ ବିଧାୟକ ଓ ବ୍ଲକ ଉପାଧ୍ୟକ୍ଷ ଙ୍କୁ କୃତଜ୍ଞତା ଜଣାଇଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ