Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ପ୍ରବଳ ବର୍ଷିବ; ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ଲାଗି ରହିଛି ମୌସୁମୀ ବର୍ଷା। ଏହା ଭିତରେ ଲଘୁଚାପ ପ୍ରଭାବ ଯୋଗୁ ରାଜ୍ୟରେ ଆହୁରି ୨ ଦିନ ବର୍ଷିବ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ଆଜି ଆଭ୍ୟନ୍ତରୀଣ ଓଡିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏ ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ଲଘୁଚାପ ପ୍ରଭାବରେ ନୂଆପଡା, ବଳାଙ୍ଗୀର, ବରଗଡ, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ, କେନ୍ଦୁଝର, ଦେବଗଡ, ମୟୂରଭଞ୍ଜ ଓ ବାଲେଶ୍ୱର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତାକାଲି ମଧ୍ୟ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଅନ୍ୟପଟେ ପ୍ରବଳ ବର୍ଷା ଯୋଗୁ ବିଭିନ୍ନ ସ୍ଥାନରେ ଅନେକ କ୍ଷୟକ୍ଷତିର ମଧ୍ୟ ସୂଚନା ମିଳିଛି। ୨୮ ତାରିଖରୁ ପାଗରେ ପରିବର୍ତ୍ତନ ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ