ଆଜି ପବିତ୍ର ବାହୁଡା ଯାତ୍ରା; ଆରମ୍ଭ ହେଲା ପହଣ୍ଡି ବିଜେ ନୀତି


ପୁରୀ: ଆଜି ମହାପ୍ରଭୁଙ୍କ ପବିତ୍ର ବାହୁଡା ଯାତ୍ରା । ଚଳଚଞ୍ଚଳ ଶ୍ରୀକ୍ଷେତ୍ର। ଜନ୍ମବେଦୀରୁ ରତ୍ନବେଦୀକୁ ଫେରିବେ ତିନିଠାକୁର। ଏହି ଅବସରରେ ଆରମ୍ଭ ହୋଇଛି ଚକ୍ରରାଜ ସୁଦର୍ଶନଙ୍କ ପହଣ୍ଡି ବିଜେ ନୀତି । ମା’ ସୁଭଦ୍ରାଙ୍କ ଦେବଦଳନ ରଥରେ ସ୍ଥାପନା କରିବା ପାଇଁ ସେବାୟତମାନେ ଆରମ୍ଭ କରିଛନ୍ତି ସୁଦର୍ଶନଙ୍କ ପହଣ୍ଡି ବିଜେ ନୀତି । ତେବେ କାଳିଆ ସାଆନ୍ତଙ୍କୁ ଟିକେ ଦେଖିବା ଲାଗି ବଡଦାଣ୍ଡରେ ଲାଗିଛି ଭକ୍ତଙ୍କ ଗହଳି। ଏଥର ନିର୍ଦ୍ଧାରିତ ସମୟର ୪ ଘଣ୍ଟା ପୂର୍ବରୁ ଆରମ୍ଭ ହୋଇଛି ପହଣ୍ଡି ବିଜେ ନୀତି।

ବାହୁଡ଼ା ପାଇଁ ଶରଧାବାଲିରେ ଭକ୍ତଙ୍କ ଗହଳି ଲାଗି ରହିଛି । ବାହୁଡ଼ା ଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡ଼ାକଡ଼ି କରାଯାଇଛି । ରଥଯାତ୍ରା ସମୟରେ ନୀତିକାନ୍ତିରେ ବିଭ୍ରାଟ ଦେଖାଦେଇଥିଲା। ଏହାକୁ ସୁଧାରି ସଅଳ ନୀତିକାନ୍ତି କରିବାକୁ ଶ୍ରୀମନ୍ଦିର ପ୍ରଶାସନ ନିଷ୍ପତ୍ତି ନିଆଯାଇଛି । ମଧ୍ୟାହ୍ନ ୧୨ଟାରେ ପହଣ୍ଡି ବିଜେ ନୀତି ଆରମ୍ଭ ହୋଇଥାନ୍ତା। କିନ୍ତୁ ସକାଳ ୮ଟାରୁ ପହଣ୍ଡି ଆରମ୍ଭ ହୋଇଛି । ବଡ଼ଭାଇ ବଳଭଦ୍ରଙ୍କ ପହଣ୍ଡି ପରେ ଏବେ ଧାଡ଼ି ପହଣ୍ଡିରେ ରଥକୁ ବିଜେ କରୁଛନ୍ତି ଭଉଣୀ ସୁଭଦ୍ରା । ରଥାରୂଢ ହୋଇଛନ୍ତି ମା ସୁଭଦ୍ରା।