Notice: Function _load_textdomain_just_in_time was called incorrectly. Translation loading for the jwt-auth domain was triggered too early. This is usually an indicator for some code in the plugin or theme running too early. Translations should be loaded at the init action or later. Please see Debugging in WordPress for more information. (This message was added in version 6.7.0.) in /var/www/html/wp-includes/functions.php on line 6121
ପଞ୍ଚାୟତରାଜ ସଂସ୍ଥା ହେଉଛି “ଗାଁର ସରକାର”-ମୁଖ୍ୟମନ୍ତ୍ରୀ - Odisha.News ଓଡ଼ିଆ ଖବର

Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ପଞ୍ଚାୟତରାଜ ସଂସ୍ଥା ହେଉଛି “ଗାଁର ସରକାର”-ମୁଖ୍ୟମନ୍ତ୍ରୀ

ସମ୍ବଲପୁର(ଭୁବନେଶ୍ବର):ପଞ୍ଚାୟତିରାଜ ସଂସ୍ଥା ମାନଙ୍କୁ “ଗାଁର ସରକାର” ବୋଲି ଅଭିହିତ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତୃଣମୂଳ ନିର୍ବାଚିତ ନେତା ମାନଙ୍କୁ ପ୍ରତିଯୋଗିତା ମୂଳକ ବିକାଶର ନେତୃତ୍ୱ ନେବାକୁ ଆଜି ଏକ ବାର୍ତ୍ତା ଦେଇଛନ୍ତି। ସେ କହିଛନ୍ତି ଯେ ଆମ କାମ ହେଉଛି ଆମର ପରିଚୟ । ଆଜି ବିକାଶର ବିଭିନ୍ନ ମାପଦଣ୍ଡରେ ଓଡିଶାର ପଞ୍ଚାୟତିରାଜ ଅନୁଷ୍ଠାନମାନେ ଆଜି ସାରା ଦେଶର ପଥ ପଦର୍ଶକ ହୋଇଛନ୍ତି । ଲୋକଙ୍କ ଆସ୍ଥା ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀ ପଞ୍ଚାୟତ ସଂସ୍ଥା ମାନଙ୍କୁ ପରାମର୍ଶ ଦେଇଛନ୍ତି । ପଞ୍ଚାୟତ ସଂସ୍ଥା ମାନଙ୍କର ସଫଳତାକୁ ଆହୁରି ଆଗକୁ ନେବା ପାଇଁ ମୁଖ୍ୟମନ୍ତ୍ରୀ କେତକ ନୂଆ ଘୋଷଣା କରିଛନ୍ତି। ରାଜ୍ୟର ପ୍ରତ୍ୟେକ ଜିଲ୍ଲାରେ ୨ଟି ପଞ୍ଚାୟତ ଚିହ୍ନଟ କରାଯାଇ ୬୦ଟି ପଞ୍ଚାୟତ ଲର୍ଣ୍ଣିଂ ସେଣ୍ଟର ସ୍ଥାପନ କରାଯିବ । ଏକ ଜ୍ଞାନ ସମ୍ବଳ କେନ୍ଦ୍ର ଭାବେ ଏହା ପଞ୍ଚାୟତ ଅନୁଷ୍ଠାନମାନଙ୍କର ଦକ୍ଷତା ବୃଦ୍ଧିରେ ସାହଯ୍ୟ କରିବ । ପଞ୍ଚାୟତମାନଙ୍କ ମଧ୍ୟରେ ସୁସ୍ଥ ପ୍ରତିଯୋଗିତାର ଲକ୍ଷ୍ୟ ନେଇ ଲୋକାଲ ଚାମ୍ପିୟନ ଟ୍ରେନିଂ ପ୍ରୋଗ୍ରାମ କରାଯିବ । ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ପ୍ରତିଷ୍ଠାନ ଦ୍ୱାରା ଏହା କରାଯିବ । ଅନୁସୂଚିତ ଅଞ୍ଚଳର ୭୦ ଟି ବ୍ଲକରେ ସାଟେଲାଇଟ ଇଣ୍ଟରାକ୍ଟିଭ ଟର୍ମିନାଲ ସ୍ଥାପନ କରାଯାଇ ଦୂର ଶିକ୍ଷା ଯୋଗାଯୋଗ ବ୍ୟବସ୍ଥା କରାଯିବ । ରାଜ୍ୟ ଗ୍ରାମ୍ୟ ଉନ୍ନୟନ ଓ ପଞ୍ଚାୟତିରାଜ ପ୍ରତିଷ୍ଠାନ (ଏସଆଇଆରଡି)ରେ ଅତ୍ୟାଧୁନିକ ଭିତ୍ତିଭୂମି ସୃଷ୍ଟି କରାଯିବ । ଏଥିରେ ୩୦୦ ଶଯ୍ୟା ବିଶିଷ୍ଟ ହଷ୍ଟେଲ, ୨୫୦ ଆସନ ବିଶିଷ୍ଟ ସମ୍ମିଳନୀ କକ୍ଷ ଓ ସାଟେଲାଇଟ ବେସଡ୍ ଷ୍ଟୁଡିଓ ସ୍ଥାପନ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ଏହି ଅବସରରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ସୋସାଇଟି ଫର ସୋସିଆଲ ଅଡିଟ୍, ଆକାଉଣ୍ଟାବିଲିଟି ଆଣ୍ଟ ଟ୍ରାନ୍ସଫରେନ୍ସ ସଂସ୍ଥାର ଏକ ୱେବସାଇଟ୍ ଏବଂ ଆମ ପଞ୍ଚାୟତ ସେବା ପୋର୍ଟାଲର ଶୁଭାରମ୍ଭ କରିଥିଲେ ପଞ୍ଚାୟତମାନଙ୍କ କାମରେ ଅଧିକ ସ୍ୱଚ୍ଛତା ଓ ଦକ୍ଷତା ଆଣିବା ପାଇଁ ଏହି ପୋର୍ଟାଲ ସହାୟକ ହେବ । ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ଓଡିଶାର ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟିକୁ ପ୍ରଶଂସା କରିଥିଲେ । ଶ୍ରମ ଓ ଇଏସଆଇ ମନ୍ତ୍ରୀ ସାରଦା ପ୍ରସାଦ ନାୟକ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ସଫଳ ନେତୃତ୍ୱ ପାଇଁ ଓଡିଶା ଆଜି ବିଶ୍ୱ ଦରବାରରେ ସମ୍ମାନର ଅଧିକାରୀ ହୋଇପାରିଛି । ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲା ପରିଷଦର ଅଧ୍ୟକ୍ଷ ଅଞ୍ଜଳି ସ୍ୱାଇଁ, ଜିଲ୍ଲାପାଳ ଦିବ୍ୟଜ୍ୟୋତି ପରିଡା, ହିଞ୍ଜିଳି ପଞ୍ଚାୟତ ସମିତିର ଅଧ୍ୟକ୍ଷା ସରସ୍ୱତୀ ସେଠୀ ଏବଂ ସୁନ୍ଦରଗଡ ବଣାଇଗଡ ପଞ୍ଚାୟତର ସରପଞ୍ଚ ନମିତା ନାଗ ପ୍ରମୁଖ ଉପସ୍ଥିତ ଥିଲେ ।ଜାତୀୟ ସ୍ତରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ପଞ୍ଚାୟତିରାଜ ଅନୁଷ୍ଠାନମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିପୁଳ ପ୍ରୋତ୍ସାହନ ରାଶି ମଧ୍ୟ ଆଜି ଘୋଷଣା କରିଛନ୍ତି । ଲୋକସେବା ଭବନର କନଭେସନ୍ ହଲଠାରେ ଆୟୋଜିତ ସମ୍ବର୍ଦ୍ଧନା ସଭାରେ ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତି । ଜାତୀୟ ସ୍ତରରେ ପ୍ରଥମ, ଦ୍ୱିତୀୟ ଓ ତୃତୀୟ ସ୍ଥାନ ଅଧିକାର କରିଥିବା ପଞ୍ଚାୟତିରାଜ ସଂସ୍ଥାକୁ କେନ୍ଦ୍ର ସରକାରଙ୍କ ପୁରସ୍କାରର ଯଥାକ୍ରମେ ୬ , ୩ ଓ ୨ ଗୁଣ ଆର୍ଥିକ ପୁରସ୍କାର ଦିଆଯିବ ବୋଲି ଘୋଷଣା କରିଛନ୍ତି।ଯେଉଁ ପଞ୍ଚାୟତିରାଜ ଅନୁଷ୍ଠାନ ଜାତୀୟ ସ୍ତରରେ ପ୍ରଥମ ସ୍ଥାନ ଅଧିକାର କରିବ ତାକୁ ରାଜ୍ୟ ସରକାର, କେନ୍ଦ୍ର ସରକାର ଦେଉଥିବା ପୁରସ୍କାରର ୬ ଗୁଣ, ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ପଞ୍ଚାୟତିରାଜ ଅନୁଷ୍ଠାନକୁ ୩ ଓ ତୃତୀୟ ସ୍ଥାନ ପାଇଥିବା ଅନୁଷ୍ଠାନକୁ ୨ ଗୁଣ ଅର୍ଥ ରାଶି ପୁରସ୍କାର ଆକାରରେ ଦେବାକୁ ମୁଖ୍ୟମନ୍ତ୍ରୀ ଘୋଷଣା କରି ପଞ୍ଚାୟତିରାଜ ଅନୁଷ୍ଠାନ ମାନଙ୍କ ମଧ୍ୟରେ ବିକାଶ ପାଇଁ ଏକ ସୁସ୍ଥ ପ୍ରତିଯୋଗିତା ହେବା ଆବଶ୍ୟକ ବୋଲି କହିଛନ୍ତି।
ଏହି ଘୋଷଣା ଅନୁଯାୟୀ, ଜାତୀୟ ସ୍ତରରେ ପ୍ରଥମ ହୋଇଥିବା ଗଞ୍ଜାମ ଜିଲ୍ଲା ପରିଷଦକୁ ୩୦ କୋଟି ଟଙ୍କା, ପ୍ରଥମ ସ୍ଥାନ ଅଧିକାର କରିଥିବା ହିଞ୍ଜିଳିକାଟୁ ପଞ୍ଚାୟତ ସମିତିକୁ ୧୨ କୋଟି ଟଙ୍କା ପୁରସ୍କାର ଦିଆଯାଇଥିଲା । ଦ୍ୱିତୀୟ ସ୍ଥାନ ହାସଲ କରିଥିବା ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ବ୍ଲକର କଞ୍ଚୁଡୁ ପଞ୍ଚାୟତ, ଭଞ୍ଜନଗର ବ୍ଲକର କୁଲଦା ପଞ୍ଚାୟତ, ହିଞ୍ଜିଳିକାଟୁର ଶାସନ ଆମ୍ବଗାଁ ଓ ପାତ୍ରପୁର ବ୍ଲକର ଆଙ୍କୁଲି ପଞ୍ଚାୟତକୁ ୨ କୋଟି ୨୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ଦିଆଯାଇଥିଲା । ତୃତୀୟ ସ୍ଥାନ ହାସଲ କରିଥିବା ସୁନ୍ଦରଗଡ ବଣାଇ ବ୍ଲକର ବଣାଇଗଡ ପଞ୍ଚାୟତକୁ ୧ କୋଟି ଟଙ୍କା ପୁରସ୍କାର ଦିଆଯାଇଥିଲା । ଜାତୀୟ ସ୍ତରରେ ସମ୍ମାନୀତ ହୋଇଥିବା ସମୁଦାୟ ୭ଟି ପଞ୍ଚାୟତିରାଜ ଅନୁଷ୍ଠାନକୁ ୫୨ କୋଟି ଟଙ୍କାର ପୁରସ୍କାର ଆଜି ରାଜ୍ୟ ସରକାର ପ୍ରଦାନ କରିଥିଲେ ।