Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କ୍ଷତ୍ରିୟବରପୁର ରେ ବନମୋହଛବ ପାଳିତ

ବେଲଗୁଣ୍ଠା: କ୍ଷତ୍ରିୟବରପୁର ଆଞ୍ଚଳିକ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଯୁବ ରେଡ଼କ୍ରସ, ଜାତୀୟ ସେବା ଯୋଜନା ଏବଂ ରୋଭେର ସ୍କାଉଟ ମିଳିତ ଆନୁକୂଲ୍ୟରେ ଅନୁଷ୍ଠାନ ପରିସରରେ ବନ ମହୋତ୍ସବ ପାଳିତ ହୋଇଯାଇଛି |ଏହି କାର୍ଯ୍ୟକ୍ରମରେ ଅଧ୍ୟକ୍ଷ ବିଷ୍ଣୁ ପ୍ରସାଦ ପଟ୍ଟନାୟକ ଅଧ୍ୟକ୍ଷତା କରିଥିବାବେଳେ ପ୍ରାକ୍ତନ ଅଧ୍ୟକ୍ଷ ବି. ଗୋବିନ୍ଦ ରାଓ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିଲେ |ଯୁବ ରେଡ଼କ୍ରସ ଉପଦେଷ୍ଟା ସୁଶାନ୍ତ କୁମାର ଲେଙ୍କା, ଜାତୀୟ ସେବା ଯୋଜନା କାର୍ଯ୍ୟକ୍ରମ ଅଧିକାରୀ ଦିପୁ ଭୂୟାଁ ପ୍ରମୁଖ ପରିଚାଳନା କରିଥିବା ବେଳେ ପ୍ରାଧ୍ୟାପକ କୁମୁଦ ଚନ୍ଦ୍ର ମହାପାତ୍ର, ସ୍ୱରୂପା ରାଣୀ ବିଶ୍ୱାଳ, ପି ଦୀପକ ରାଓ ଦେବେଶ ଚନ୍ଦ୍ର ମହାପାତ୍ର ପ୍ରମୁଖ ସହଯୋଗ କରିଥିଲେ |ଏଥିରେ ଯୁବ ରେଡ଼କ୍ରସ, ରୋଭେର ସ୍କାଉଟ ଏବଂ ଜାତୀୟ ସେବା ଯୋଜନାର ସ୍ବେଛାସେବୀ ମାନେ ଅଂଶଗ୍ରହଣ କରିଥିଲେ |

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ