Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଆଗ ପଛ ହୋଇ ଆସୁଛି ଦୁଇ ଲଘୁଚାପ, ଆସନ୍ତା ୨୪ ଘଣ୍ଟା ୧୧ ଟି ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଗତ ୨୪ ଘଣ୍ଟ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ମୌସୁମୀ ବର୍ଷା ଲାଗି ରହିଛି। ଆଗାମୀ ଦୁଇ ସପ୍ତାହ ରାଜ୍ୟରେ ଭଲ ବର୍ଷା ସମ୍ଭାବନା ଅଛି । ପାଣିପାଗ ବିଭାଗର ସଦ୍ୟତମ ତଥ୍ୟ ଅନୁଯାୟୀ ବଙ୍ଗୋପସାଗରରେ ଆଗ ପଛ ହୋଇ ଲଗାତାର ଦୁଇଟି ଲଘୁଚାପ ଆସିବା ସମ୍ଭାବନା ଅଛି । ଉଭୟ ସମ୍ଭାବ୍ୟ ଲଘୁଚାପ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ଏହା ପ୍ରଭାବରେ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ ।

ଏପରିକି ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଆରମ୍ଭ କରି ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୫ ତାରିଖରେ  ଓଡ଼ିଶାର ୧୧ ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି)ର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ କେନ୍ଦ୍ର ପକ୍ଷରୁ ଆଜି ସତର୍କ ସୂଚନାରେ କୁହାଯାଇଛି।

ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବାଲେଶ୍ୱର ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ବଲାଙ୍ଗୀର, ନୂଆପଡ଼ା ଓ ନବରଙ୍ଗପୁର ପ୍ରଭୃତି ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଛି।

ଆକଳନ ଅନୁସାରେ ୧୯/୨୦ ତାରିଖରେ ଗୋଟିଏ ଲଘୁଚାପ ଓ ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ ହୋଇପାରେ । ଉଭୟ ଲଘୁଚାପ ଓଡ଼ିଶା ନିକଟବର୍ତ୍ତୀ ରହିବା ସମ୍ଭାବନା ଅଛି । ପଳରେ ଏବେ ରାଜ୍ୟରେ ଭଲ ବର୍ଷା ସମ୍ଭାବନା ରହିଛି । ଜୁଲାଇ ୧୪ରୁ ଅଗଷ୍ଟ ୧୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ବର୍ଷା ପରିମାଣ ଭଲ ରହିବା ଅନୁମାନ କରାଯାଉଛି । ବିଶେଷ କରି ୨୧ରୁ ୨୭ ଭିତରେ ଅଧିକ ବର୍ଷା ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

More Stories