Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବଦଳିଲା ପାଗ, ଆସନ୍ତା ୩ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ଵର: ପାଗ ବଦଳିବା ସହ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆସନ୍ତା ୩ ଦିନ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ୧୬ ଏବଂ ୧୭ ତାରିଖରେ ରାଜ୍ୟରେ ବର୍ଷାର ପରିଣାମ ବୃଦ୍ଧି ପାଇବ। ଆଗକୁ ଅଧିକ ଜିଲ୍ଲାରେ ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଶନିବାର ଭୋରରୁ ରାଜଧାନୀ ଭୁବନେଶ୍ଵରରେ ବର୍ଷା ଜାରି ରହିଛି।

ରାଜ୍ୟରେ ଶୁକ୍ରବାର ଦିନ ବର୍ଷା ହୋଇଥିବା ବେଳେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି। ଆସନ୍ତା ୩ ଦିନ ପର‌୍ୟ୍ୟନ୍ତ ଏହିଭଳି ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆସନ୍ତା ୧୬ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ।

୧୬ ତାରିଖ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର, ଅନୁଗୁଳ, ବୌଦ୍ଧ ଓ ସମ୍ବଲପୁର ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୧୭ ତାରିଖରେ ମଧ୍ୟ ଏହି ସବୁ ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ। ୧୮ ତାରିଖ ଜଗତସିଂହପୁର, କେନ୍ଦ୍ରାପଡ଼ା, ପୁରୀ, କଟକ ଓ ଢେଙ୍କାନାଳର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି।

ସେହିଭଳି ସେହିଦିନ ବାଲେଶ୍ଵର, ଭଦ୍ରକ, ଯାଜପୁର, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ସମ୍ବଲପୁର, ବରଗଡ଼, ବୌଦ୍ଧ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର କେତେକାଂଶରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

More Stories