Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଏବେ ଭକ୍ତଙ୍କୁ ସୁରୁଖୁରୁରେ ମିଳିବ ମହପ୍ରସାଦ, ଆନନ୍ଦବଜାର ଲାଗିବ ଦର ତାଲିକା

ପୁରୀ: ଏବେ ଭକ୍ତଙ୍କୁ ସୁରୁଖୁରୁରେ ମିଳିବ ମହପ୍ରସାଦ, ଆନନ୍ଦବଜାର ଲାଗିବ ଦର ତାଲିକା।  କେବଳ ସ୍ଵତ୍ଵଲିପି ଆଧାରରେ ଯେଉଁମାନଙ୍କ ଅଧିକାର ରହିଛି, ସେହି ସୁପକାରମାନେ ମହାପ୍ରସାଦ ବିକି ପାରିବେ। ଶ୍ରୀମନ୍ଦିର ଆନନ୍ଦବଜାରରେ ବାରମ୍ବାର ବିଶୃଙ୍ଖଳା ଓ ଭକ୍ତଙ୍କୁ ଆକ୍ରମଣ ପରେ ଶ୍ରୀମନ୍ଦିର ପ୍ରଶାସନର ଚେତି ଉଠିଛି। ଭକ୍ତଙ୍କୁ କେମିତି ସୁରୁଖୁରୁରେ ଅବଢା ମିଳିବ ସେ ନେଇ  ଅଣ୍ଟା ଭିଡ଼ିଛି ଶ୍ରୀମନ୍ଦିର ପ୍ରଶାସନ। ଏନେଇଶୁକ୍ରବାର ଶ୍ରୀମନ୍ଦିର ପ୍ରଶାସନ ଏବଂ ଦଇତାପତି ନିଯୋଗର ଏକ ଗୁରୁତ୍ଵପୂର୍ଣ୍ଣ ବୈଠକ ଶ୍ରୀମନ୍ଦିର କାର୍ଯ୍ୟାଳୟ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦବଜାର ସମ୍ପର୍କିତ ପ୍ରାୟ ୨୦ଟି ପ୍ରସଙ୍ଗରେ  ବୈଠକରେ ଆଲୋଚନା ସହ ଆବଶ୍ୟକ ନିଷ୍ପତ୍ତି ନିଆଯାଇଛି। ତେବେ ଏହି ନିଷ୍ପତ୍ତି କାର୍ଯ୍ୟକାରୀ କରିବା ପୂର୍ବରୁ ଆବଶ୍ୟକ ବିଚାରବିମର୍ଶ ଓ ସୁପାରିସ ପାଇଁ ଏକ ସବ୍‌କମିଟି ଗଠନ କରାଯାଇଛି। ଏହି କମିଟି ୭ରୁ ୧୦ ଦିନ ଭିତରେ ଆବଶ୍ୟକ ସୁପାରିସ ଶ୍ରୀମନ୍ଦିର ପ୍ରଶାସନକୁ ଲିଖିତ ଆକାରରେ ପ୍ରଦାନ କରିବା ପରେ ଏହି ଆଧାରରେ କାର୍ଯ୍ୟାନୁଷ୍ଠାନ ନେବାକୁ ନିଷ୍ପତ୍ତି ନିଆଯାଇଛି।

ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଅଜୟ କୁମାର ଜେନା, ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ, ସୁରକ୍ଷା ପ୍ରଶାସକ ଭି ଏସ୍‌ ଚନ୍ଦ୍ରଶେଖର ରାଓ, ଉପଜିଲ୍ଲାପାଳ ଭବତାରଣ ସାହୁ, ଶ୍ରୀମନ୍ଦିର ପରିଚାଳନା କମିଟି ସଦସ୍ୟ ଅନନ୍ତ ତିଆଡ଼ି, ଜଗନ୍ନାଥ କର ଓ ମାଧବ ମହାପାତ୍ର, ସୁଆର ମହାସୁଆର ନିଯୋଗ ସଭାପତି ଓ ସଂପାଦକ, ନିଯୋଗର ବରିଷ୍ଠ ସଦସ୍ୟମାନେ ଥିଲେ।

ବୈଠକରେ ଆନନ୍ଦବଜାରର ବିଭିନ୍ନ ବିଶୃଙ୍ଖଳା ଉପରେ ବିସ୍ତୃତ ଆଲୋଚନା ପରେ ଅନେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ନିଷ୍ପତ୍ତି ଅନୁଯାୟୀ, କେବଳ ସ୍ଵତ୍ଵଲିପି ଆଧାରରେ ଯେଉଁମାନଙ୍କ ଅଧିକାର ରହିଛି, ସେହି ସୁପକାରମାନେ ମହାପ୍ରସାଦ ବିକି ପାରିବେ। ଏହାର ତାଲିକା ସୁଆର ମହାସୁଆର ନିଯୋଗ ପ୍ରଦାନ କରିବ। କିଏ, କେଉଁଠି, କେତେ ପରିମାଣର ମହାପ୍ରସାଦ ବିକ୍ରି କରିବ, ତାର ସବିଶେଷ ତାଲିକା ନିଯୋଗ ଦେବ। ଏହି ତାଲିକା ଆଧାରରେ ଅଣସୁପକାର ଓ ଅନ୍ୟ ବ୍ୟକ୍ତିଙ୍କୁ ଆନନ୍ଦବଜାରରୁ ବାହାର କରାଯିବ। କେଉଁ ଜାଗାରେ ସୁପକାରମାନେ ମହାପ୍ରସାଦ ବିକିବେ, ସ୍ଥାନ ଚିହ୍ନଟ ହେବ। ସେହି ଅନୁସାରେ ଷ୍ଟଲ୍‌ ସବୁର ନମ୍ବରିଂ ହେବ ଓ ସାଇନେଜ୍‌ ଲାଗିବ ବୋଲି ବୈଠକରେ ନିଷ୍ପତ୍ତି ହୋଇଛି।

ସୁପକାରମାନଙ୍କୁ ପରିଚୟପତ୍ର ବି ସେହି ଅନୁସାରେ ପ୍ରଦାନ କରାଯିବ। ମହାପ୍ରସାଦ ବିକ୍ରି ବେଳେ କେହି ଭକ୍ତଙ୍କ ବାଟ ଓଗାଳି ପାରିବେନି। କୋଇଲି ବୈକୁଣ୍ଠ, ଭୋଗମଣ୍ଡପ ନିକଟରେ ମହାପ୍ରସାଦ ବିକ୍ରି ସମ୍ପୂର୍ଣ୍ଣ ବନ୍ଦ ହେବ। କେବଳ ଶ୍ରୀମନ୍ଦିର ରୋଷଘରେ ପ୍ରସ୍ତୁତ ଭୋଗ ହିଁ ଆନନ୍ଦବଜାରରେ ବିକ୍ରି ହେବ। କ୍ଷୀରା, ରାବିଡ଼ି ଆଦି ବିକ୍ରି ବନ୍ଦ ହେବ। ଆନନ୍ଦବଜାର ମାଳି ଦୋକାନରେ ଖେଳଣା ବନ୍ଧୁକ ସହ ଅନ୍ୟାନ୍ୟ ଖେଳଣା ବିକ୍ରି ବିକ୍ରି ବନ୍ଦ ହେବ। କେବଳ ଧାର୍ମିକ ଜିନିଷ ବିକ୍ରି ହେବ। ବାସୀ ମହାପ୍ରସାଦ ବିକ୍ରି ରୋକିବା ପାଇଁ ଖାଦ୍ୟ ନିରାପତ୍ତା ଅଧିକାରୀ ନିୟମିତ ଯାଞ୍ଚ କରିବେ।

More Stories