Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବଙ୍ଗୋପସାଗରରେ  ସୃଷ୍ଟି ହେଉଛି ଆଉ ଏକ ଘୂର୍ଣ୍ଣିବଳୟ, ୧୯ ଯାଏ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ଵର: ରାଜ୍ୟରେ ଶୁକ୍ରବାରଠୁ ପ୍ରବଳ ବର୍ଷା ଜାରି ରହିଛି। ଚଳିତ ବର୍ଷ ଆଜି ପର୍ଯ୍ୟନ୍ତ ସବୁଠାରୁ ବଡ଼ ବର୍ଷା ଶନିବାର ଦିନ ରେକର୍ଡ ହୋଇଛି। ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି।  ଆସନ୍ତା ୧୯ ତାରିଖ ଯାଏ ରାଜ୍ୟରେ ଏହିଭଳି ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ପାଣିପାଗ ବିଭାଗ ଅନୁଯାୟୀ, ରାଜ୍ୟରେ ଏବେ ପୁଣି ଥରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଥିବା ବେଳେ ଆସନ୍ତା ୧୮ ତାରିଖ ଆଡ଼କୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ଆହୁରି ବଢ଼ିବ। ଏଣୁ ତୀବ୍ର ବୃଷ୍ଟିପାତଜନିତ ବିଭିନ୍ନ ସମସ୍ୟା ସହ ଲଢ଼ିବାକୁ ସ୍ଵତନ୍ତ୍ର ରିଲିଫ କମିସନର ସତର୍କ ରହିବା ନିମନ୍ତେ ସମସ୍ତ ଜିଲ୍ଲାର ଜିଲ୍ଲାପାଳ ଏବଂ ବିଭିନ୍ନ ବିଭାଗକୁ ଚିଠି ଲେଖିଛନ୍ତି।

ସମ୍ଭାବ୍ୟ ଅଚାନକ ବନ୍ୟା ବା ଜଳବନ୍ଦୀ ସମସ୍ୟାର ମୁକାବିଲା ପାଇଁ  କ୍ଷେତ୍ରୀୟ ଅଧିକାରୀମାନେ ଆଗୁଆ ପ୍ରସ୍ତୁତ ରହିବାକୁ କୁହାଯାଇଛି। ସେମାନେ ସେମାନଙ୍କର ମୁଖ୍ୟାଳୟରେ ନ ଛାଡ଼ିବାକୁ କୁହାଯାଇଛି। କେ‌ତେକ ପୌରାଞ୍ଚଳରେ ତଳିଆ ସ୍ଥାନରେ ପ୍ରବଳ ବୃଷ୍ଟିପାତ ଯୋଗୁଁ ଜଳବନ୍ଦୀ ସମସ୍ୟା ଉପୁଜିପାରେ। ଡ୍ରେନ୍‌ ଓ ରାସ୍ତା ବର୍ଷା ପାଣି ଦ୍ଵାରା ଜଳମଗ୍ନ ହୋଇପାରେ। ଏଭଳି ପରିସ୍ଥିତିରେ ତଳିଆ ଅଞ୍ଚଳରେ ରହିଥିବା ଲୋକମାନଙ୍କୁ ସାମୟିକ ଭାବେ ନିରାପଦ ସ୍ଥାନକୁ ସ୍ଥାନାନ୍ତର କରାଯାଇପାରେ ବୋଲି ଏସଆରସିଙ୍କ ପକ୍ଷରୁ କୁହାଯାଇଛି।

More Stories