Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା

ଭାରତୀୟ ରିଜର୍ଭ ବ୍ୟାଙ୍କ୍ ର ସହାୟତା ତଥା ସାଧନ ନୂଆଦିଲ୍ଲୀ ଓ ସମ୍ପର୍କ ଫିନ୍ ସର୍ଭିସେସ୍ ଭୁବନେଶ୍ୱର ର ମିଳିତ ସହଯୋଗ ରେ କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଳକ ଯୋରାଡୋବରା ସ୍ଥିତ ରାଜୀବ ଗାନ୍ଧି ସେବା କେନ୍ଦ୍ର ଠାରେ ଭାରତୀୟ ରିଜର୍ଭ ବ୍ୟାଙ୍କ୍ ର ସହାୟତା ତଥା ସାଧନ ନୂଆଦିଲ୍ଲୀ ଓ ସମ୍ପର୍କ ଫିନ୍ ସର୍ଭିସେସ୍ ଭୁବନେଶ୍ୱର ର ମିଳିତ ସହଯୋଗ ରେ ଜମାକାରୀ ଶିକ୍ଷା ଓ ସଚେତନତା କର୍ମଶାଳା ଶୁକ୍ରବାର ଅନୁଷ୍ଠିତ ହୋଇ ଯାଇଛି। ମୁଖ୍ୟ ଅତିଥି ଭାବେ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ବସନ୍ତ କୁମାର ମିଶ୍ର, ୟୁ ଜି ବି ଶାଖା ପରିଚାଳକ ଅଶ୍ୱିନୀ କୁମାର ଭତ୍ରା, ମିଶନ ଶକ୍ତି ବ୍ଲକ ସଂଯୋଜକ ବିପିନ ବାରିକ ଓ ମହାଶକ୍ତି ଫାଉଣ୍ଡେସନ ର ପ୍ରତିଷ୍ଠାତା ସଦସ୍ୟ ପ୍ରକାଶ ଚନ୍ଦ୍ର ସାହୁ ପ୍ରମୁଖ ଉଦ୍ ଘାଟନ କରିଥିଲେ।ଏହି କର୍ମଶାଳା ରେ ସ୍ଵୟଂ ସହାୟକ ଗୋଷ୍ଠୀ ର ସଦସ୍ୟା ମାନେ ବିଭିନ୍ନ ବ୍ୟାଙ୍କ୍ ଓ ଆର୍ଥିକ ଅନୁଷ୍ଠାନ ରୁ ପାଇଥିବା ଋଣ ର ଉଚିତ୍ ବିନିଯୋଗ, ବ୍ୟବସାୟ ପାଇଁ ଆବଶ୍ୟକତା ଅନୁଯାୟୀ ଋଣ ଦରଖାସ୍ତ, ରୋଜଗାର ଭିତ୍ତିକ ବ୍ୟବସାୟ ର ଆୟ ରୁ ଋଣ କିସ୍ତି ଫେରସ୍ତ ତଥା ଅତ୍ୟଧିକ ଋଣ ଭାରଗ୍ରସ୍ତ ନହେବା ଇତ୍ୟାଦି ବିଷୟରେ ବିଶଦ ଭାବେ ଆଲୋଚନା କରାଯାଇଥିଲା।କର୍ମଶାଳାରେ ଡିଜିଟାଲ ମାଧ୍ୟମରେ ଟଙ୍କା ଆଦାନ ପ୍ରଦାନ କରୁଥିଲେ ଆବଶ୍ୟକ ସତର୍କତା ର ବିଭିନ୍ନ ଦିଗ ବିଷୟରେ ସମ୍ବଳ ବ୍ୟକ୍ତି ମାନେ ଅଂଶ ଗ୍ରହଣ କାରୀ ମାନଙ୍କୁ ବୁଝାଇଥିଲେ । ବିଭିନ୍ନ ଅଜଣା ନମ୍ବର ରୁ ଆସୁଥିବା ଫୋନ୍ ରେ ନିଜର କୌଣସି ଗୋପନୀୟ ତଥ୍ୟ ଯଥା ବ୍ୟାଙ୍କ୍ ଖାତା ନମ୍ବର, ଓ. ଟି. ପି, ଏ.ଟି.ଏମ କାର୍ଡ ନମ୍ବର, ପାସ୍ କୋର୍ଡ, ଆଧାର କାର୍ଡ, ପାନ୍ କାର୍ଡ ଇତ୍ୟାଦି ନମ୍ବର ବିଷୟରେ କୌଣସି ତଥ୍ୟ ନ ଦେବା ବିଷୟରେ ସତର୍କ କରାଯାଇଥିଲା । ପରିବାର ର ବାର୍ଷିକ ଆୟ ଓ ବ୍ୟୟ ଅଟକଳ ଯୋଜନା କରି ଆୟ ଅନୁଯାୟୀ ବ୍ୟୟ କଲେ ହିଁ ପରିବାର ର ଆର୍ଥିକ ସ୍ଥିତି ସୁଦୃଢ ହୋଇ ପାରିବ। ଭବିଷ୍ୟତ ରେ ହେବାକୁ ଥିବା ବିଭିନ୍ନ ଖର୍ଚ୍ଚ କୁ ଆକଳନ କରି ବର୍ଷ ଆରମ୍ଭ ରୁ ସେହି ବ୍ୟୟ ପାଇଁ ବ୍ୟାଙ୍କ୍ ରେ ସଞ୍ଚୟ ରଖିବା ଉପରେ ତାଲିମ୍ ଦାତା ଗୁରୁତ୍ବ ଆରୋପ କରିଥିଲେ ।କାର୍ଯ୍ୟକ୍ରମରେ ପ୍ରକାଶ ଚନ୍ଦ୍ର ସାହୁ, ଵୀପିନ ବାରିକ, ସୁଶୀ ମମିତା ପୁଝାରୀ, ପ୍ରଦିପ କୁମାର ସାହୁ ଯୋଗ ଦେଇ ତାଲିମ୍ ପ୍ରଦାନ କରିଥିଲେ ଅନ୍ୟ ମାନଙ୍କ ମଧ୍ୟରେ ସବିତା ସ୍ୱାଇଁ, ଶମ୍ଭୁ ସାହୁ, ବିଜୟ ସାହୁ ଓ ଗ୍ରାମ ପଞ୍ଚାୟତ ର କର୍ମ କର୍ତ୍ତା କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ।ଏହି କର୍ମଶାଳା ରେ ବିଭିନ୍ନ ସ୍ବୟଂ ସହାୟକ ଗୋଷ୍ଠୀ ରୁ ୭୮ଜଣ ସଦସ୍ୟା ଅଂଶ ଗ୍ରହଣ କରିଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ