Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଖୋଲିଲା ହୀରାକୁଦ ଗେଟ୍, ଛଡ଼ା ଗଲା ବର୍ଷର ପ୍ରଥମ ବନ୍ୟା ଜଳ

ସମ୍ବଲପୁର: ହୀରାକୁଦ ଜଳଭଣ୍ଡାରରୁ ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଛି। ପ୍ରଥମେ ଗୋଟିଏ ଗେଟ୍ ଖୋଲାଯାଇ ବନ୍ୟାଜଳ ଛଡ଼ା ଯାଇଛି। ରବିବାର ସକାଳେ ପୂଜାର୍ଚ୍ଚନା ପରେ ପ୍ରଥମେ ୭ ନମ୍ବର ସ୍ଲୁଇସ୍ ଗେଟ୍ ଖୋଲା ଯିବା ପରେ ପର୍ଯ୍ୟାୟକ୍ରମେ ଅାଉ ୪ଟି ଗେଟ୍ ଖୋଲାଯିବ। ବର୍ତ୍ତମାନ ସେକେଣ୍ଡ ପ୍ରତି ୭୫ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଛି।

ଉଲ୍ଲେଖଯୋଗ୍ୟ ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଥିଲା। ଶୁକ୍ରବାର ସନ୍ଧ୍ୟା ୬ଟାରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୩.୫୮ଫୁଟ୍‌ରେ ପହଞ୍ଚିଥିବା ବେଳେ ଶନିବାର ଏହି ସମୟରେ ଜଳସ୍ତର ୬୧୪.୪୩ ଫୁଟ୍‌ରେ ପହଞ୍ଚିଥିଲା। ଗତ ବର୍ଷ ଜୁଲାଇ ୧୮ରେ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯାଇଥିଲା। ସେହି ସମୟରେ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୩.୦୮ ଫୁଟ୍‌ ରହିଥିଲା।

ପ୍ରଥମ ବନ୍ୟାଜଳ ନିଷ୍କାସନ ନେଇ ହୀରାକୁଦର ତଳମୁଣ୍ଡରେ ଥିବା ସମସ୍ତ ଜିଲ୍ଲାର ଜିଲ୍ଲା ପ୍ରଶାସନ ଏବଂ ଏସ୍‌ପିଙ୍କୁ ସତର୍କ ରହିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ହୀରାକୁଦ ଜଳଭଣ୍ଡାରରୁ ବନ୍ୟାଜଳ ନିଷ୍କାସନ କରାଗଲେ ମହାନଦୀ ଓ ତାର ଶାଖା ନଦୀଗୁଡିକର ଜଳସ୍ତର ବୃଦ୍ଧି ପାଇବ। ତେଣୁ ନଦୀ ମଧ୍ୟକୁ ପ୍ରବେଶ ଓ ଅନ୍ୟାନ୍ୟ ବ୍ୟବହାର ପାଇଁ ଜନସାଧାରଣ ସତର୍କତା ଅବଲମ୍ବନ କରିବା ପାଇଁ ଡ୍ୟାମ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

More Stories