Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ସୃଷ୍ଟି ହେଲା ଆଉ ଏକ ଘୂର୍ଣ୍ଣିବଳୟ, ୨୫ରୁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ଜ୍ଝ ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ଜ୍ଝଏହା ପ୍ରଭାବ‌ରେ ରାଜ୍ୟରେ ୨୫ ତାରିଖରୁ ବର୍ଷାର ପରିମାଣ ବଢ଼ିବ। ଅନ୍ୟପଟେ ମୌସୁମୀ ସ୍ୱାଭାବିକ ସହ ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ୬.୪ ମିମି ବର୍ଷା ରେକର୍ଡ କରାଯାଇଛି ଯାହା ସ୍ୱାଭାବିକ ବର୍ଷା ୭.୯ ମିମି ତୁଳନାରେ ୧୯ ପ୍ରତିଶତ କମ ରହିଛି।

ଚଳିତ ମୌସୁମୀରେ ଜୁନ ୧ରୁ ଆଜି ସୁଦ୍ଧା ୪୦୭.୯ ମିମି ବର୍ଷା ରେକର୍ଡ କରାଯାଇଛି। ଯାହା ସ୍ଵାଭାବିକ ବର୍ଷା ୪୬୭.୭ ମିମି ତୁଳନାରେ ୧୩ ପ୍ରତିଶତ କମ ବର୍ଷା ହୋଇଛି। ଏହି ସମୟରେ ମାଲକାନଗିରିରେ ସର୍ବାଧିକ ୬୯୬.୮ ମିମି ବର୍ଷା ହୋଇଛି, ଯାହା ସ୍ଵାଭାବିକଠୁ ୪୨ ପ୍ରତିଶତ ଅଧିକ ରହିଛି। ଗଞ୍ଜାମରେ ସର୍ବନିମ୍ନ ୨୨୭.୫ ମିମି ବର୍ଷା ହୋଇଛି ଯାହା, ୩୫ ପ୍ରତିଶତ ନିଅଣ୍ଟିଆ ରହିଛି।

ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଆ‌ସନ୍ତା ୨୫ ତାରିଖରେ କନ୍ଧମାଳ, ନବରଙ୍ଗପୁର, କଳାହାଣ୍ଡି, ମାଲକାନଗିରି, କୋରାପୁଟ, ଗଜପତି, ଗଞ୍ଜାମ, ରାୟଗଡ଼ା ଓ ବଲାଙ୍ଗୀର ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ସୁବର୍ଣ୍ଣପୁର, ବୌଦ୍ଧ, କଟକ, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର ଓ ନୟାଗଡ଼ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେ‌ଲୋୱାର୍ଣ୍ଣିଂ ଜାରି କରାଯାଇଛି। ଜୁଲାଇ ୨୬ ଓ ୨୭ରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ।

More Stories