Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଓଏସଏସସି ପ୍ରଶ୍ନପତ୍ର ଲିକ୍ ମାମଲା, ୫୫ ପରୀକ୍ଷାର୍ଥୀଙ୍କୁ କାରଣ ଦର୍ଶାଅ ନୋଟିସ୍

ଭୁବନେଶ୍ଵର: ଓଡ଼ିଶା ଷ୍ଟାଫ୍ ସିଲେକ୍ସନ କମିସନ ଦ୍ଵାରା ପରିଚାଳିତ କନିଷ୍ଠ ଯନ୍ତ୍ରୀ(ସିଭିଲ) ଓଏସଏସସି ପ୍ରଶ୍ନପତ୍ର ଲିକ୍ ମାମଲାରେ ଓଏସଏସସିର କାରଣ ଦର୍ଶାଅ ନୋଟିସ୍। ୫୫ ଜଣ ପରୀକ୍ଷାର୍ଥୀଙ୍କୁ ଓଏସଏସସି କାରଣ ଦର୍ଶାଅ ନୋଟିସ୍ ଜାରି କରିଛି। ଓଏସଏସସି ନିଯୁକ୍ତିରୁ କାହିଁକି ଆଜୀବନ ବାସନ୍ଦ କରାଯିବନି ଏହା ଉପରେ ଜବାବ ଲୋଡ଼ିଛି ଓଏସଏସସି। ବାଲେଶ୍ଵର ଏସପିଙ୍କ ରିପୋର୍ଟ ଆଧାରରେ ଓଏସଏସି ଏହି ପଦକ୍ଷେପ ଉଠାଇଛି। ଏଥିସହ ଆଉ ୩୭ ପରୀକ୍ଷାର୍ଥୀଙ୍କ ଲିଙ୍କ୍ ନେଇ ତଥ୍ୟ ସଂଗ୍ରହ ଚାଲିଛି।

ଏହି ମାମଲାରେ ଗିରଫ ହୋଇଥିବା ମୁଖ୍ୟ ଅଭିଯୁକ୍ତ ବିଶାଲ କୁମାରଙ୍କ ସହିତ ୩ ଜଣ ସରକାରୀ କର୍ମଚାରୀଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ପାଇଁ ବାଲେଶ୍ଵର ଏସପି ଚିଠି ଲେଖିଛନ୍ତି। ଏହି ରାକେଟରେ ଗିରଫ ହୋଇଥିବା ସମୁଦାୟ ୧୭ ଜଣ ଅଭିଯୁକ୍ତଙ୍କ ମଧ୍ୟରୁ ୩ ଜଣ ସରକାରୀ କର୍ମଚାରୀ ଥିବା ବେଳେ ଅନ୍ୟମାନେ କୋଚିଂ ସେଣ୍ଟର, ବେସରକାରୀ ନିଯୁକ୍ତି ନିୟୋଜନ ସଂସ୍ଥାର କର୍ମଚାରୀ ଓ ଦଲାଲ୍।

ମୁଖ୍ୟ ଅଭିଯୁକ୍ତ ବିଶାଲ କୁମାର ବିହାର ପାଟନା ସ୍ଥିତ ଆକାଉଣ୍ଟ ଜେନେରାଲ ବିଭାଗରେ ସିନିୟର ଜୁଡିସିଆଲ ଆକାଉଣ୍ଟାଣ୍ଟ ଥିବାରୁ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସେଠାକାର ଆକାଉଣ୍ଟାଣ୍ଟ ଜେନେରାଲଙ୍କୁ ଚିଠି ଲେଖା ହୋଇଛି। ସେହିପରି କନ୍ଧମାଳ ଜିଲ୍ଲାରେ ସରକାରୀ ଶିକ୍ଷକ ଥିବା ଗଞ୍ଜାମ ବେଲଗୁଣ୍ଠା ଥାନା ଅଞ୍ଚଳର ଗୋବିନ୍ଦଚନ୍ଦ୍ର ତ୍ରିପାଠୀ ଓ ଯାଜପୁର ଜିଲ୍ଲା ବାଲିଚନ୍ଦ୍ରପୁର ଅଞ୍ଚଳର ସୁଶାନ୍ତ ସାହୁଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦୁଇ ଜିଲ୍ଲାର ଡିଇଓଙ୍କୁ ଚିଠି କରାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ