Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ, ୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା !

ଭୁବନେଶ୍ଵର:  ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳରେ ଲଘୁଚାପ ସକ୍ରିୟ ଥିବାରୁ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି। ଆସନ୍ତା ୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସୋମବାର ପୁରୀ, ଜଗତସିଂହପୁର, ଢେଙ୍କାନାଳ, ଅନୁଗୁଳ ଓ ସମ୍ବଲପୁର ଆଦି ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଣୁ ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର, କଳାହାଣ୍ଡି ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ପାଣିପାଗ ବିଭାଗ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ମଙ୍ଗଳବାର ଅର୍ଥା ଅଗଷ୍ଟ ଏକ ତାରିଖରେ ପୁରୀ, ଜଗତସିଂହପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ବଲାଙ୍ଗୀର, ବରଗଡ଼ ଓ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୨ ତାରିଖ ଦିନ ବି ରାଜ୍ୟର ବିଭିନ୍ନ ସ୍ଥାନରେ ଅତିପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ