Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଜାରି ରହିବ ଭୀଷଣ ବର୍ଷା, କାଲି ସକାଳ ପର୍ଯ୍ୟନ୍ତ ୧୦ ଜିଲ୍ଲାକୁ ରେଡ୍ ଓ୍ଵାର୍ଣ୍ଣିଂ, ବୃଦ୍ଧି ପାଇବ ନଦୀର ଜଳସ୍ତର

ଭୁବନେଶ୍ଵର: ଲଗାଣ ବର୍ଷାରେ ବେହାଲ ସାରା ରାଜ୍ୟ। ଗଭୀର ଅବପାତ ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି। ଜନଜୀବନ ଗୁରୁତର ଭାବେ ପ୍ରଭାବିତ ହୋଇଛି। ଭୀଷଣ ବର୍ଷା ନେଇ ଆସନ୍ତାକାଲି ସକାଳ ପର୍ଯ୍ୟନ୍ତ ୧୦ ଜିଲ୍ଲାକୁ ରେଡ୍ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗିର, ସୋନପୁର , ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ବୌଦ୍ଧ ଜିଲ୍ଲାକୁ ରେଡ୍ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଅତ୍ୟନ୍ତ ପ୍ରବଳ ଅର୍ଥାତ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ତଳିଆ ଅଞ୍ଚଳରେ ପାଣି ଜମିବା ସହ ଫ୍ଲାସ୍ ଫ୍ଲଡ୍ ଆଶଙ୍କା ରହିଛି। ରେଡ୍ ଓ୍ଵାର୍ଣ୍ଣିଂ ଜାରି ଜିଲ୍ଲାରେ ନଦୀର ଜଳସ୍ତର ବୃଦ୍ଧି ପାଇବାର ସମ୍ଭାବନା ରହିଛି।

ସେହିପରି କାଲି ପର୍ଯ୍ୟନ୍ତ ୫ ଜିଲ୍ଲାକୁ ଅରେଞ୍ଜ ଏବଂ ୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଢେଙ୍କାନାଳ, ମୟୂରଭଞ୍ଜ, ନୂଆପଡ଼ା, କଳାହାଣ୍ଡି ଏବଂ କନ୍ଧମାଳ ଜିଲ୍ଲାକୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଥିବା ୬ ଜିଲ୍ଲା ହେଉଛି ବାଲେଶ୍ଵର, ଭଦ୍ରକ, କଟକ, ନୟାଗଡ଼, ନବରଙ୍ଗପୁର ଓ ଯାଜପୁର।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ