Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପ୍ରାଥମିକ ଶିକ୍ଷକଙ୍କ ଅଭିମୁଖିକରଣ କର୍ମଶାଳା

ଜମନକିରା : ଜମନକିରା ବ୍ଲକ ଷଣ୍ଢପଥର ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଆଜି ବ୍ଲକ ସ୍ତରୀୟ ପ୍ରାଥମିକ ପ୍ରଧାନ ଶିକ୍ଷକ ମାନଙ୍କର ଅଭିମୁଖିକରଣ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟଅତିଥି ଭାବେ ଗୋଷ୍ଠୀ ଶିକ୍ଷାଧିକାରୀ ରୁକ୍ମଣ କୁମାର ପ୍ରଧାନ ଯୋଗ ଦେଇଥିବା ବେଳେ ସମ୍ମାନୀୟ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦେବକୀ ନାଏକ, ଡାଏଟ ରୁ ବରିଷ୍ଠ ଶିକ୍ଷାଦାତ୍ରୀ ଲିଲି ସିଂ, ସ୍କୁଲର ପ୍ରଧାନ ଶିକ୍ଷକ ରାଜେନ୍ଦ୍ର କୁମାର ଜଗତ ପ୍ରମୁଖ ଉପସ୍ଥିତ ରହି ପ୍ରଶିକ୍ଷଣ କରେଇଥିଲେ। ଏଥିରେ ବ୍ଲକର ୧୬୧ ସ୍କୁଲର ପ୍ରଧାନ ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନେ ଉପସ୍ଥିତି ରହି ପ୍ରଶିକ୍ଷଣ ନେଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ୨୧ ଜଣ ସିଆରସିସି ଉପସ୍ଥିତ ରହି କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ। ଶେଷରେ ବରିଷ୍ଠ ଶିକ୍ଷକ ଲକ୍ଷପତି ନନ୍ଦ ଧନ୍ୟବାଦ ଅର୍ପଣ କରିଥିଲେ।

More Stories