Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଭବାନୀପାଟଣାଠାରେ କଳାହାଣ୍ଡି ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି,୦୭/୦୮-ଆଜି କଳାହାଣ୍ଡି ଜିଲ୍ଲା ମୁଖ୍ୟାଳୟ ଭବାନୀପାଟଣା ସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଆନନ୍ଦ ପ୍ରସାଦ ଗୁରୁ, ଭବାନୀପାଟଣା ଉପଜିଲ୍ଲାପାଳ ଡ. ବିଶ୍ୱଜିତ ଦାସଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଏହି ଜନ ଶୁଣାଣି ଶିବିରରେ ମୋଟ ୯୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୮୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୧୧ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୯ ଗୋଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ କଲମପୁର ବ୍ଲକର ସୁନ୍ଦୁରିଯୋର୍ ଗ୍ରାମର ବେଲମତୀ ନିଆଲ୍ ଙ୍କୁ କର୍କଟ ଚିକିତ୍ସା ସହାୟତା ବାବଦ ୩୦୦୦୦ ଟଙ୍କା ଏବଂ କୋକସରା ବ୍ଲକର କାଉଡୋଳା ଗ୍ରାମର ଚତୁରୀ ବେଶ୍ରାଙ୍କୁ ଘର ସହାୟତା ବାବଦ ୫୦୦୦ ଟଙ୍କା ଆର୍ଥିକ ସହାୟତା ମଞ୍ଜୁର କରାଯାଇଥିଲା।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ