Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସ୍ୱାଧିନତା ଦିବସ:କିଏ କେଉଁଠି କରିବେ ପତକା ଉତ୍ତୋଳନ

ସସମ୍ବଲପୁର :ରାଜ୍ୟ ଓ ଜିଲ୍ଲା ସ୍ତରୀୟ ସ୍ୱାଧୀନତା ଦିବସ ପାଇଁ କିଏ କେଉଁଠି ପତାକା ଉତ୍ତୋଳନ କରିବେ ସେନେଇ ରାଜ୍ୟ ସରକାର ସୂଚନା ପ୍ରଦାନ କରିଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରସ୍ଥିତ ମହାତ୍ମାଗାନ୍ଧୀମାର୍ଗରେ ଜାତୀୟ ପତାକା ଉତ୍ତୋଳନ କରିବେ । କନ୍ଧମାଳ ଜିଲ୍ଲା ମୁଖ୍ୟାଳୟ ଫୁଲବାଣୀରେ ଅନୁସୂଚିତ ଜାତି ଓ ଜନଜାତି ମନ୍ତ୍ରୀ ଜଗନ୍ନାଥ ସାରକା,ପୁରୀରେ ସ୍ୱାସ୍ଥ୍ୟମନ୍ତ୍ରୀ ନିରଂଜନ ପୂଜାରୀ,କୋରାପୁଟରେ କୃଷି ଓ ମତ୍ସ୍ୟ ସଂପଦ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ,ଗଂଜାମର ମୁଖ୍ୟାଳୟ ଛତ୍ରପୁରରେ ଜଙ୍ଗଲ,ପରିବେଶ ଓ ପଂଚାୟତିରାଜ ମନ୍ତ୍ରୀ ପ୍ରଦିପ ଅମାତ,ବରଗଡ଼ରେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ,ସମ୍ବଲପୁରରେ ନଗରଉନ୍ନୟନ ମନ୍ତ୍ରୀ ଉଷା ଦେବୀ,କେନ୍ଦୁଝରରେ ଇସ୍ପାତ ମନ୍ତ୍ରୀ ପ୍ରଫୁଲ୍ଲ ମଲ୍ଲିକ,ଅନୁଗୁଳରେ ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ,ରାୟଗଡ଼ାରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ଜଗତସିଂହପୁରରେ ପରିବହନ ମନ୍ତ୍ରୀ ଟୁକୁନି ସାହୁ, ବଲାଙ୍ଗିରରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା,ସୁନ୍ଦରଗଡ଼ରେ ଯୋଜନା ଓ ସମନ୍ୱୟ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ, କଟକରେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ,ବାଲେଶ୍ୱରରେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାରାଣ୍ଡି,ଝାରସୁଗୁଡ଼ାରେ ଶ୍ରମମନ୍ତ୍ରୀ ସାରଦା ନାୟକ,ମୟୁରଭଂଜରେ ପର୍ଯ୍ୟଟନ ମନ୍ତ୍ରୀ ଅଶ୍ୱିନୀ କୁମାର ପାତ୍ର,କଳାହାଣ୍ଡି ଜିଲ୍ଲା ମୁଖ୍ୟାଳୟ ଭବାନୀପାଟଣାରେ ମନ୍ତ୍ରୀ ପ୍ରୀତିରଂଜନ ଘଡେଇ,ମାଲକାନଗିରିରେ କ୍ରୀଡ଼ା ଓ ଯୁବ ସେବା ମନ୍ତ୍ରୀ ତୁଷାରକାନ୍ତି ବେହେରା,ସୋନପୁରରେ ହସ୍ତତନ୍ତ ମନ୍ତ୍ରୀ ରିତା ସାହୁ,ଢେଙ୍କାନାଳରେ ମିସନ ଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ,ବ୍ରହ୍ମପୁରରେ ଦକ୍ଷିଣାଂଚଳ ରାଜସ୍ୱ କମିସନର, ରାଉରକେଲାରେ ଉତ୍ତରାଂଚଳ ରାଜସ୍ୱ କମିସନରଙ୍କ ସହିତ ଭଦ୍ରକ, ବୌଦ୍ଧ, ଦେବଗଡ଼, ଗଜପତି, ଯାଜପୁର, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ନୂଆପଡ଼ା, ନବରଙ୍ଗପୁର ଓ ନୟାଗଡ଼ରେ ସ୍ଥାନୀୟ ଜିଲ୍ଲାପାଳମାନେ ଜାତୀୟ ପତାକା ଉତ୍ତୋଳନ କରିବେ ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ