Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

୭୭ତମ ସ୍ବାଧୀନତା ଦିବସ ପାଳନ ଅବସରରେ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ

ବାଲିଗୁଡା,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ସ୍ତରୀୟ ୭୭ତମ ସ୍ଵାଧୀନତା ଦିବସ ପାଳନ ଅବସରରେ ବାଲିଗୁଡା ସଦର ମହକୁମାର ସମସ୍ତ ଶିକ୍ଷାନୁଷ୍ଠାନରେ ଅଧ୍ୟୟନରତ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଯାଇଛି। ଏଥିରେ ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟ ସ୍ତରରେ ଚିତ୍ରାଙ୍କନ, ଓଡ଼ିଆ ଦେଶାତ୍ମବୋଧ ସଙ୍ଗୀତ, ଓଡ଼ିଆ ବକ୍ତୃତା ଏବଂ କୁଇଜ ପ୍ରତିଯୋଗିତା ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରହ୍ଲାଦ ଖୋସଲା ଙ୍କ ତତ୍ତ୍ଵାବଧାନରେ ବାଲିଗୁଡା ପଞ୍ଚାୟତ ସମିତି କାର୍ଯ୍ୟଳୟ ସ୍ଥିତ ସଭାଗୃହ ଠାରେ ଅନୁଷ୍ଠିତ ହୋଇଥ‌ିବା ବେଳେ ମହାବିଦ୍ୟାଳୟ ସ୍ତରରେ ଓଡ଼ିଆ ବକ୍ତୃତା ଏବଂ କୁଇଜ ପ୍ରତିଯୋଗିତା ବାଲିଗୁଡା ଆଦିବାସୀ ମହାବିଦ୍ୟାଳୟ ଠାରେ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କ ତତ୍ତ୍ଵାବଧାନରେ ଆୟୋଜିତ ହୋଇଥିଲା ।ଏହି ସମସ୍ତ ପ୍ରତିଯୋଗିତାରେ କୃତିତ୍ୱ ଲାଭ କରିଥିବା ଛାତ୍ରଛାତ୍ରୀଙ୍କୁ ସ୍ବାଧୀନତା ଦିବସ ଉତ୍ସବରେ ମୁଖ୍ୟ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯିବ।