Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଆଗାମୀ ୫ ଦିନ ରାଜ୍ୟରେ ବର୍ଷା, ଏହି ସବୁ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ନିଷ୍କ୍ରିୟ ରହିଛି। ପୂର୍ବ ବିହାର ଉପରେ ଥିବା ଏକ ଟ୍ରଫ୍ ଲାଇନ୍ ଏବେ ପଶ୍ଚିମବଙ୍ଗ ଓ ସିକ୍କିମ ହୋଇ ଉତ୍ତରପଶ୍ଚିମ ବଙ୍ଗୋପସାଗର ଯାଏ ଲମ୍ବିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି।

ସକ୍ରିୟ ମୌସୁମୀ ପ୍ରଭାବରେ ଆସନ୍ତା ୫ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁଯାୟୀ ଆଜି କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି। ୧୬ ତାରିଖ ଯାଏ ରାଜ୍ୟରେ ଭଲ ବର୍ଷା ଲାଗି ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି ।

ପୂର୍ବ ବିହାର ଉପରେ ଥିବା ଏକ ଟ୍ରଫ୍ ଲାଇନ୍ ଏବେ ପଶ୍ଚିମବଙ୍ଗ ଓ ସିକ୍କିମ ହୋଇ ଉତ୍ତରପଶ୍ଚିମ ବଙ୍ଗୋପସାଗର ଯାଏ ଲମ୍ବିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଯାଇଛି। ବିଶେଷ କରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ ଓ ଅନୁଗୁଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇଯାଇଛି।

More Stories