Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ପତାକା ଉତ୍ତୋଳନ କଲେ ମୁଖ୍ୟମନ୍ତ୍ରୀ, କହିଲେ- ଓଡ଼ିଶା ବିକାଶରେ ସମସ୍ତେ ସାମିଲ୍ ହୋଇଛନ୍ତି

ଭୁବନେଶ୍ଵର: ରାଜ୍ୟସ୍ତରୀୟ ସ୍ଵାଧୀନତା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜଧାନୀର ୟୁନିଟ୍-୩ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଅଭିବାଦନ ଗ୍ରହଣ କରିବା ସହ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିଛନ୍ତି।  

ଏହି ଅବସରରେ ମୁଖ୍ୟମନ୍ତ୍ରୀ ସ୍ଵାଧୀନତା ସଂଗ୍ରାମୀମାନଙ୍କୁ ମନେ ପକାଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି, ଓଡ଼ିଶାର ବିକାଶରେ ସମସ୍ତେ ସାମିଲ ହୋଇଛନ୍ତି। ଅର୍ଥନୀତିରେ ସମୃଦ୍ଧ ହୋଇଛି। ଓଡ଼ିଶାକୁ ଏବେ ଲକ୍ଷ ଲକ୍ଷ କୋଟି ପୁଞ୍ଜି ଆସୁଛି। ଫଳରେ ଓଡ଼ିଶାରେ ନିଯୁକ୍ତିର ସୁଯୋଗ ବଢିଛି। ମିଶନ ଶକ୍ତି ଜରିଆରେ ମା’ମାନେ ସମୃଦ୍ଧ ହୋଇଛନ୍ତି।  ସମସ୍ତ ପଞ୍ଚାୟତରେ ବ୍ୟାଙ୍କିଙ୍ଗ ସୁବିଧା ଉପଲବ୍ଧ କରାଯାଇଛି। ବିଏସକେୱାଇ ଯୋଜନାରେ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ବଡ଼ ସହାୟକ ହେଉଛି।

ମୁଖ୍ୟମନ୍ତ୍ରୀ କହିଛନ୍ତି ‘ଆମ ଓଡ଼ିଶା ନବୀନ ଓଡ଼ିଶା’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ୪ହଜାର କୋଟି ଟଙ୍କାର ଏହି କାର୍ଯ୍ୟକ୍ରମକୁ ଆରମ୍ଭ କରିଛୁ। ଯୁବକମାନଙ୍କ ପାଇଁ ନିଯୁକ୍ତିର ବିପୁଳ ସୁଯୋଗ ଆସୁଛି। ମା’ମାନେ ଆମ ବିକାଶର ପ୍ରତିଛବି। ସବୁକ୍ଷେତ୍ରରେ ଓଡ଼ିଶା ଦେଶ ପାଇଁ ଆଦର୍ଶ ହୋଇଛି।

ସେହିପରି ମଧୁବାବୁ ପେନସନ ଯୋଜନାରେ ୪ ଲକ୍ଷ ହିତାଧିକାରୀ ସାମିଲ ହୋଇଛନ୍ତି । ଆଜି ଠାରୁ ନୂଆ ହିତାଧିକାରୀଙ୍କୁ ପେନସନ ଦିଆଯିବ । ସମସ୍ତ ପଞ୍ଚାୟତରେ ବ୍ୟାଙ୍କିଂ ସୁବିଧା ଆରମ୍ଭ ହୋଇଛି । ଶିକ୍ଷା,ସ୍ବାସ୍ଥ୍ୟ ଓ ପର୍ଯ୍ୟଟନ କ୍ଷେତ୍ରରେ ଓଡ଼ିଶା ଅଗ୍ରଗତି କରିଛି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ