ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ

ଭୁବନେଶ୍ଵର: ବୁଧବାରଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରମଣ। ସେ ଭୁବନେଶ୍ଵର ବିମାନ ବନ୍ଦରରେ ଆଜି ରାତି 8ଟାରେ ପହଞ୍ଚିବେ। ଓଡ଼ିଶା ଗସ୍ତରେ ଆସୁଥିବା ନିର୍ମଳା ସୀତାରମଣ ପୁରୀ ଓ ଭୁବନେଶ୍ଵରରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେବେ।
ଆଜି ସନ୍ଧ୍ୟାରେ ଭୁବନେଶ୍ୱରରେ ପହଞ୍ଚିବା ପରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଓଡ଼ିଶାର ପ୍ରବୀଣା ନାରୀ ନେତ୍ରୀ , କଟକ ମହାନଗର ନିଗମର ପ୍ରଥମ ମେୟର ତଥା ପୂର୍ବତନ ବିଧାୟିକା ସ୍ୱର୍ଗତା ନିବେଦିତା ପ୍ରଧାନଙ୍କର ଶ୍ରଦ୍ଧାଞ୍ଜଳି ସଭାରେ ଯୋଗ ଦେବେ । ସେଠାରୁ ସେ ପୁରୀ ଅଭିମୁଖେ ଗସ୍ତ କରିବେ। ପୁରୀରେ ରାତି ରହଣୀ ସହ ଗୁରୁବାର ସକାଳୁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ । ଏହାପରେ ପୁରୀର ପେଣ୍ଠକଟା ସ୍ଥିତ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟର ଶ୍ରୀ ସଦାଶିବ କ୍ୟାମ୍ପସ ପରିସରରେ ‘ମେରୀ ମାଟି ମେରା ଦେଶ’ କାର୍ଯ୍ୟକ୍ରମରେ ସାମିଲ ହେବା ସହ ବୃକ୍ଷରୋପରଣ କରିବେ।
ଗୁରୁବାର ଅପରାହ୍ଣରେ କେନ୍ଦ୍ର ଅର୍ଥମନ୍ତ୍ରୀ ଭୁବନେଶ୍ୱରଠାରେ କୁଇ ଓ ଦେଶୀୟ ଭାଷା ଉପରେ ଆଧାରିତ ଏକ ପୁସ୍ତକ ଉନ୍ମୋଚନ କରିବେ। ଏହା ପରେ ସନ୍ଧ୍ୟା ପ୍ରାୟ ୫ଟାରେ ସୋଆ ବିଶ୍ୱବିଦ୍ୟାଳୟ ସଭାଗୃହଠାରେ ଜାତୀୟ ଚାଟାର୍ଡ ଆକାଉଣ୍ଟାଣ୍ଟ ସମ୍ମିଳନୀରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦଘାଟନ କରିବେ । ପରେ ସନ୍ଧ୍ୟା ସାତଟାରେ ସୀତାରମଣଙ୍କ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।