Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବେଲଗୁଣ୍ଠା ରେ ଭତ୍ତା ବଣ୍ଟନ ମେଳା

ବେଲଗୁଣ୍ଠା, 16/08, ପବିତ୍ର ସ୍ୱାଧୀନତା ଦିବସ ପାଳନ ଅବସରରେ ବେଲଗୁଣ୍ଠା ବ୍ଳକ୍ ରେ ମଧୁବାବୁ ପେନସନ୍ ଯୋଜନା ଆନୂକୂଲ୍ଯରେ ଭତ୍ତା ବଣ୍ଟନ ମେଳା ଅନୁଷ୍ଠିତ ହୋଇଯାଇଛି I ଓଡ଼ିଶା ସରକାରଙ୍କ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ତରୁଫରୁ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବ୍ଳକ୍ ର ବିଭିନ୍ନ ପଂଚାୟତର 1366 ଜଣ ବୃଦ୍ଧ ବୃଦ୍ଧା, ବିଧବା, ଦିବ୍ୟାଙ୍ଗ ହିତାଧିକାରୀଙ୍କୁ ଭତ୍ତା ବଣ୍ଟନ କରାଯାଇଥିଲା I ବେଲଗୁଣ୍ଠା ଗୋଷ୍ଠୀ ଉନ୍ନୟନ ଅଧିକାରୀ ରୋଶନ୍ ଶତପଥୀଙ୍କ ଅଧ୍ୟକ୍ଷତାରେ ନୋଡ଼ାଲ୍ ଘୁମୁସର ବୈଷୟିକ ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଏହି ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ରୂପେ ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ୱାଇଁ ଯୋଗଦେଇ ରାଜ୍ୟ ସରକାରଙ୍କର ଜନହିତକର କାର୍ଯ୍ୟକ୍ରମ ସମ୍ପର୍କରେ କହିବା ସହିତ ସମସ୍ତ ଜନହିତକର କାର୍ଯ୍ୟକ୍ରମକୁ ସଫଳ କରିବାରେ ନବୀନ ପଟ୍ଟନାୟକଙ୍କ ସରକାର ସିଦ୍ଧହସ୍ତ ବୋଲି ପ୍ରକାଶ କରିଥିଲେ I କାର୍ଯ୍ୟକ୍ରମରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ବେଲଗୁଣ୍ଠା ପଂଚାୟତ ସମିତି ଅଧ୍ୟକ୍ଷ ପ୍ରଶାନ୍ତ କୁମାର ନାୟକ,ଜିଲ୍ଲାପରିଷଦ ସଭ୍ୟ ପୁର୍ନବାସି ନାୟକ, ସୁଧୀର କୁମାର ଜେନା, ବିଦ୍ୟାଧର ବିଷୋୟୀ, ବ୍ଳକ୍ ଉପାଧ୍ୟକ୍ଷା ପ୍ରମିଳା ପ୍ରଧାନ,ଏବିଡ଼ିଓ ପୂର୍ଣ୍ଣଚନ୍ଦ୍ର ପାଢୀଙ୍କ ସମେତ ସମସ୍ତ ପଂଚାୟତର ଜନ ପ୍ରତିନିଧି ମାନେ ଉପସ୍ଥିତ ଥିଲେ I ମଧ୍ୟାନ 2 ଟାରୁ ଆରମ୍ଭ ହୋଇ ସନ୍ଧ୍ୟା 6 ଟା ଯାଏଁ ଭତା ବଣ୍ଟନ ଚାଲିଥିଲା, ଏବିଡ଼ିଓ ପୂର୍ଣ୍ଣଚନ୍ଦ୍ର ପାଢୀ ଧନ୍ୟବାଦ ଜ୍ଞାପନ କରିଥିଲେ I

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ