Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଭବାନୀପାଟଣାରେ ଜିଲ୍ଲାସ୍ତରୀୟ ସଡ଼କ ସୁରକ୍ଷା କମିଟି ବୈଠକ ଅନୁଷ୍ଠିତ

କଳାହାଣ୍ଡି,୩୦/୦୮- କଳାହାଣ୍ଡି ଜିଲ୍ଲା ମୁଖ୍ୟାଳୟ ଭବାନୀପାଟଣାସ୍ଥିତ ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ତ୍ରିଲୋଚନ ପାତ୍ରଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସଡ଼କ ସୁରକ୍ଷା କମିଟିର ବୈଠକ ଅନୁଷ୍ଠିତ ହୋଇଯାଇଛି। ଆଞ୍ଚଳିକ ପରିବହନ ଅଧିକାରୀ ଗତିକୃଷ୍ଣ ସାମନ୍ତରାୟଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଆୟୋଜିତ ବୈଠକରେ ଜିଲ୍ଲା ସଡ଼କ ସୁରକ୍ଷା ନିମନ୍ତେ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ଉପରେ ଆଲୋଚନା କରାଯାଇଥିଲା ।ବୈଠକରେ ଜିଲ୍ଲାସ୍ତରୀୟ ବିଭିନ୍ନ ବିଭାଗର ଅଧିକାରୀମାନଙ୍କ ସହିତ କଳାହାଣ୍ଡି ଟ୍ରକ ମାଲିକ ସଂଘ, ବସ ମାଲିକ ସଂଘ, ଜିଲ୍ଲା ସଡ଼କ ସୁରକ୍ଷା କମିଟି, ଅଟୋରିକ୍ସା ସଂଘର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ