Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ସେପ୍ଟେମ୍ବର ୨୨ରୁ ବିଧାନସଭା ମୌସୁମି ଅଧିବେଶନ, ୨୧ରେ ବାଚସ୍ପତି ନିର୍ବାଚନ

ଭୁବନେଶ୍ଵର: ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ। ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୪ ପର୍ଯ୍ୟନ୍ତ ଚାଲିବ ଅଧିବେଶନ। ଏହି ସମୟରେ ଅକ୍ଟୋବର ୩ ତାରିଖରେ ଆଗତ ହେବ ଅତିରିକ୍ତ ବଜେଟ୍। ସେହିପରି ଆସନ୍ତା ୨୧ ତାରିଖରେ ବିଧାନସଭା ବାଚସ୍ପତି ନିର୍ବାଚନ ହେବାକୁ ଯାଉଛି।

ସୂଚନା ଅନୁଯାୟୀ, ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ। ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୪ ପର୍ଯ୍ୟନ୍ତ ଚାଲିବ ଅଧିବେଶନ। ଏଥର ଅଧିବେଶନରେ ମୋଟ ୧୩ ଦିନର କାର୍ଯ୍ୟ ଦିବସ ରହିଛି । ଏହି ସମୟରେ ଅକ୍ଟୋବର ୩ ତାରିଖରେ ଆଗତ ହେବ ଅତିରିକ୍ତ ବଜେଟ୍। ଏନେଇ ବିଧାନସଭା ସୁତ୍ରରୁ ମିଳିଛି ସୂଚନା । ମୌସୁମୀ ଅଧିବେଶନ ବେଶ ସରଗରମ ହେବାର ସମ୍ଭାବନା ରହିଛି। ବିରୋଧୀ ଦଳ ବିଭିନ୍ନ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବେ।

ସେହିପରି ଆସନ୍ତା ୨୧ ତାରିଖରେ ବିଧାନସଭା ବାଚସ୍ପତି ନିର୍ବାଚନ ହେବାକୁ ଯାଉଛି। ସେଥିପାଇଁ ସେପ୍ଟେମ୍ବର ୧୮ରେ ନାମାଙ୍କନ ପତ୍ର ଦାଖଲ ପାଇଁ ତାରିଖ ଧାର୍ଯ୍ୟ ହୋଇଛି। ବିକ୍ରମ ଆରୁଖ ଇସ୍ତଫା ପରଠୁ ବାଚସ୍ପତି ପଦ ଖାଲି ପଡ଼ିଛି। ପରବର୍ତ୍ତ ବାଚସ୍ପତି କିଏ ହେବ ? ସେନେଇ ଚର୍ଚ୍ଚା ଆଲୋଚନା ଚାଲିଛି । ଜଣେ ମହିଳାଙ୍କ ରାଜ୍ୟର ପରବର୍ତ୍ତୀ ବାଚସ୍ପତି ହେବା ନେଇ ଚର୍ଚ୍ଚା ଜୋର ଧରିଛି । ହେଲେ ଏବେ ଯାଏଁ କୌଣସି ସ୍ପଷ୍ଟ ସୂଚନା ମିଳିଛି । 

ସୂଚନାଯୋଗ୍ୟ, ମେ ୧୨ ତାରିଖରେ ବିକ୍ରମ ଆରୁଖ ବ୍ୟକ୍ତିଗତ କାରଣ ଦର୍ଶାଇ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ। ଏହା ପରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣରେ ରାଜ୍ୟ ସରକାର ତାଙ୍କୁ ଅର୍ଥ ମନ୍ତ୍ରୀ ଦାୟିତ୍ଵ ଦେଇଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ