Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ମଙ୍ଗଳବାର ଲଘୁଚାପର ରୂପ ନେଇଛି। ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ପ୍ରଦେଶ ଉପକୂଳରେ ଲଘୁଚାପ ସୃଷ୍ଟି ହୋଇଛି। ଏଥିସହ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଯାଏ ବ୍ୟାପିଛି। ଏହାରି ପ୍ରଭାବରେ ରାଜ୍ୟରେ ୭ ତାରିଖ ଯାଏଁ ବର୍ଷା ଜାରି ରହିବ । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ୩ ଜିଲ୍ଲାକୁ ଅରେଞ୍ଜ ଓ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଅନୁଯାୟୀ, ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ସୋନପୁର ଓ ସମ୍ବଲପୁରରେ ପ୍ରବଳ ବର୍ଷା ରହିଛି ।

ଏହି ବର୍ଷା ହେଲେ ରାଜ୍ୟରେ ଚାଷୀକୂଳକୁ କିଛିଟା ଆଶ୍ଵସ୍ତି ମିଳିବ। କିନ୍ତୁ ଅଗଷ୍ଟ ମାସର ନିଅଣ୍ଟିଆ ବର୍ଷାର ଭରଣା ହୋଇ ପାରିବ ନାହିଁ। କାରଣ ଅଗଷ୍ଟ ମାସଟି ଚାଷ କାର୍ଯ୍ୟ ପାଇଁ ବହୁତ ଗୁରୁତ୍ଵପୂର୍ଣ୍ଣ। କିନ୍ତୁ ଏହି ମାସ ସଂପୂର୍ଣ୍ଣ ଶୁଖିଲା ରହିଥିଲା। ଏପରିକି ସ୍ଵଳ୍ପ ବୃଷ୍ଟିପାତରେ ଅଗଷ୍ଟ ୧୨୩ ବର୍ଷର ରେକର୍ଡ ଭାଙ୍ଗିଛି। ତେବେ ସେପ୍ଟେମ୍ବରରେ ସ୍ଵାଭାବିକ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ।

More Stories