Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ମୌସୁମୀ ସକ୍ରିୟ, ୧୮ ଜିଲ୍ଲାରେ ହେବ ପ୍ରବଳ ବର୍ଷା ! ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ମୌସୁମୀ ପ୍ରବାହ ସକ୍ରିୟ ଯୋଗୁଁ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଅତି ପ୍ରବଳ ବର୍ଷା ପାଁ ୪ ଓ ପ୍ରବଳ ବର୍ଷା ପାଇଁ ୧୪ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ୮ ତାରିଖ ଯାଏ ପ୍ରବଳ ବର୍ଷା ରହିଛି ।

ଭୁବନେଶ୍ଵର ଆଞ୍ଚଳିକ ପାଣିପାଗ ବିଭାଗ ଅନୁଯାୟୀ, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ସୁନ୍ଦରଗଡ଼ ଏହି ୪ ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବ। ସେହିପରି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, ନୂଆପଡ଼ା, ବଲାଙ୍ଗିର, ସୋନପୁର, ବୌଦ୍ଧ ଏବଂ ଦେବଗଡ଼ରେ ମଧ୍ୟ ପ୍ରବଳ ବର୍ଷା ନେଇ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଗତ ୨୪ ଘଣ୍ଟାରେ କୋରାପୁଟର ସେମିଳିଗୁଡ଼ାରେ ସର୍ବାଧିକ ବର୍ଷା ରେକର୍ଡ କରାଯାଇଛି। ଏହି ସମୟରେ ସେମିଳିଗୁଡ଼ାରେ ୧୫୮ ମିମି ବର୍ଷା ହୋଇଛି। ଏଥିସହ ରାଜ୍ୟର ଅନ୍ୟ ୯ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ ହୋଇଛି।

ଉତ୍ତର ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ରାଜ୍ୟରେ ୮ ତାରିଖ ଯାଏ ପ୍ରବଳ ବର୍ଷା ରହିଛି । ଭାରତୀୟ ପାଣିପାଗ ବିଭାଗ(ଆଇଏମଡି) ଅନୁଯାୟୀ, ଲଘୁଚାପ ପ୍ରଭାବରେ ରାଜ୍ୟରେ ମଧ୍ୟମରୁ ପ୍ରାୟତଃ ଭୀଷଣ ବର୍ଷା ହେବାର ସମ୍ଭାବନା ରିହିଛି। ୮ ତାରିଖ ଯାଏ ଉପକୂପରୁ ଅଭ୍ୟନ୍ତରଣ ଓଡ଼ିଶାରେ ପ୍ରବଳ ବର୍ଷା ହେବ । ୭ରେ ବର୍ଷାର ବିସ୍ତୃତି ବଢ଼ିବ। ଏ ନେଇ ୧୫ ଜିଲ୍ଲାକୁ ଆଲର୍ଟ କରାଯାଇଛି।