ବେଲଗୁଣ୍ଠା ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ବ୍ଲକ ସ୍ତରୀୟ କର୍ମଶାଳା,


ବେଲଗୁଣ୍ଠା,07/09, ଶିକ୍ଷା କ୍ଷେତ୍ରରେ ପ୍ରଗତି ଆଣିବା ସହ ଶିକ୍ଷା ସହିତ ସମ୍ପୃକ୍ତ ବ୍ୟକ୍ତି ଏବଂ ଅନୁ୍ଷ୍ଠାନକୁ ଉତ୍ସାହିତ କରିବା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଚଳିତ ବର୍ଷ ଆରମ୍ଭ କରାଯାଇଛି ମୁଖ୍ୟମନ୍ତ୍ରୀ ପୁରସ୍କାର କାର୍ଯ୍ୟକ୍ରମ I ଏହି ଅବସରରେ ଆଜି ସମଗ୍ର ରାଜ୍ୟରେ ବ୍ଳକ୍ ସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି I ଏହି ପ୍ରରିପ୍ରେକ୍ଷୀରେ ବେଲଗୁଣ୍ଠା ବ୍ଳକ୍ ର ଗାଙ୍ଗପୁର ଶରତଚନ୍ଦ୍ର ପଣ୍ଡା ସ୍ମାରକୀ ଉଚ୍ଚ ବିଦ୍ୟାଳୟ ଏବଂ ବେଲଗୁଣ୍ଠା ନୋଡାଲ୍ ଘୁମୁସର ବୈଷୟିକ ଉଚ୍ଚ ବିଦ୍ୟାଳୟରେ ବ୍ଳକ୍ ର ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନେଇ ମୁଖ୍ୟମନ୍ତ୍ରୀ ପୁରସ୍କାର ସମ୍ପର୍କିତ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି I ବେଲଗୁଣ୍ଠା ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରସନ୍ନ କୁମାର ବେହେରାଙ୍କ ଅଧ୍ୟକ୍ଷତାରେ ଗାଙ୍ଗପୁର ଶରତଚନ୍ଦ୍ର ପଣ୍ଡା ସ୍ମାରକୀ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ ବ୍ଳକ୍ ସ୍ତରୀୟ କାର୍ଯ୍ୟକ୍ରମରେ ବ୍ଳକ୍ ର ଗାଙ୍ଗପୁର,କ୍ଷତ୍ରିୟବରପୁର,ନୁଣିପଡ଼ାଶାସନ,ଗୋବରା, ନେଟେଙ୍ଗା ଏବଂ ବଡ଼ପଡ଼ା କ୍ଲଷ୍ଟର ଅନ୍ତର୍ଗତ ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଏବଂ ପ୍ରଧାନ ଶିକ୍ଷୟିତ୍ରୀ ଉପସ୍ଥିତ ଥିଲେ I କାର୍ଯ୍ୟକ୍ରମରେ ଅନୁଷ୍ଠାନର ପ୍ରଧାନ ଶିକ୍ଷକ ସୁରେନ୍ଦ୍ର କୁମାର ସାହୁ ସ୍ୱାଗତ ଭାଷଣ ପ୍ରଦାନ କରିଥିବା ବେଳେ ଶିକ୍ଷକ ପ୍ରଶାନ୍ତ କୁମାର ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ପୁରସ୍କାର ଯୋଜନା ସମ୍ପର୍କରେ ସବିଶେଷ ବିବରଣୀ ଉପସ୍ଥାପନ କରିଥିଲେ I ଏହି ଅବସରରେ ଗାଙ୍ଗପୁର ଉଚ୍ଚ ବିଦ୍ୟାଳୟ ପକ୍ଷରୁ ନୂତନ ଭାବେ ଯୋଗଦେଇଥିବା କ୍ଷତ୍ରିୟବରପୁର ନୋଡାଲ୍ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଲୋପାମୁଦ୍ରା ରଥଙ୍କୁ ପୁଷ୍ପଗୁଚ୍ଛ ଏବଂ ଉପଢ଼ୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା I ଶିକ୍ଷକ ଆଶୁତୋଷ ସ୍ୱାଇଁ ଏବଂ କର୍ମଚାରୀ ଶ୍ରୀନିବାସ ବିଷୋୟୀ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ I ସେହିପରି ବେଲଗୁଣ୍ଠା ନୋଡାଲ୍ ଘୁମୁସର ବୈଷୟିକ ଉଚ୍ଚ ବିଦ୍ୟାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମଙ୍ଗଳପୁର,ତନରଡା,ଉଢୁରା,ଆମ୍ବପୁଆ ଏବଂ ପାଟୁଳିସାହି କ୍ଳଷ୍ଟର ଅନ୍ତର୍ଗତ ସମସ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଏବଂ ପ୍ରଧାନ ଶିକ୍ଷୟିତ୍ରୀମାନେ ଅଂଶଗ୍ରହଣ କରିଥିଲେ I ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନ ପ୍ରଧାନ ଶିକ୍ଷୟିତ୍ରୀ ପ୍ରତିମା ମହାରଣା ଏବଂ ଜିଲ୍ଳା ଶିକ୍ଷକ ପ୍ରଶିକ୍ଷଣ ଅନୁଷ୍ଠାନର ପ୍ରଶିକ୍ଷକ ସୁରେଶ୍ୱର ଶାହା ଉପସ୍ଥିତ ରହି ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାରର ବିଭିନ୍ନ ବିଭାଗ, ଆବେଦନ ପାଇଁ ଯୋଗ୍ୟତା,ପୁରସ୍କାରର ଉପଯୋଗିତା ସଂପର୍କରେ ଆଭିମୁଖ୍ୟ ସ୍ପଷ୍ଟ କରିଥିଲେ I