Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

କିରାଶାସନ ଶ୍ରୀଅରବିନ୍ଦ ଶିକ୍ଷା କେନ୍ଦ୍ରର ପ୍ରତିଷ୍ଠା ଦିବସ ପାଳିତ

ଜମନକିରା : ସମ୍ବଲପୁର ଜିଲ୍ଲା କିରାଶାସନ ସ୍ଥିତ ଶ୍ରୀଅରବିନ୍ଦ ଶିକ୍ଷା ଓ ଗବେଷଣା କେନ୍ଦ୍ରର ୨୩ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଅବସର ପ୍ରାପ୍ତ ଶିକ୍ଷକ ନୃପଲାଲ ପଟେଲଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ଉତ୍ସବକୁ ଅବସରପ୍ରାପ୍ତ ଅଧ୍ୟକ୍ଷ ସୁବାଷ ଚନ୍ଦ୍ର ନାୟକ ଭାରତର ଆଧ୍ୟାତ୍ମିକ ପତାକା ଉତ୍ତୋଳନ କରି ଉଦଘାଟନ କରିଥିଲେ। ସେ ତାଙ୍କ ବକ୍ତବ୍ୟରେ ଶିକ୍ଷା କେନ୍ଦ୍ର ପ୍ରତିଷ୍ଠା ଇତିହାସ କହିବା ସଙ୍ଗେ ସଙ୍ଗେ ପୂର୍ଣ୍ଣାଙ୍ଗ ଶିକ୍ଷାକୁ ଏକ ଗଣ ଆନ୍ଦୋଳନର ରୂପ ଦେବାକୁ ଆହ୍ବାନ କରିଥିଲେ।ଉତ୍ସବରେ କିଣ୍ଡିରାସ୍ଥିତ ଶ୍ରୀଅରବିନ୍ଦ ଶିକ୍ଷା କେନ୍ଦ୍ରର ଅଧ୍ୟକ୍ଷା ସୁଶ୍ରୀ ସୁପ୍ରଭା ଚୌଧୁରୀ ମୁଖ୍ୟବକ୍ତା ଭାବରେ ଯୋଗଦେଇ ପୂର୍ଣ୍ଣାଙ୍ଗ ଶିକ୍ଷାର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ସଂପର୍କରେ ସୂଚନା ଦେଇଥିଲେ। ସରୋଜ ପଣ୍ଡା ଆଲୋକ ସେନା ଗଠନର ଆବଶ୍ୟକତା ଉପରେ ଆଲୋଚନା କରିଥିଲେ।ପ୍ରାରମ୍ଭରେ ଅବସର ପ୍ରାପ୍ତ ହିନ୍ଦୀ ଶିକ୍ଷକ ସୌଭାଗ୍ୟ କୁମାର ପଟେଲ ସ୍ୱାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ଶେଷରେ ଅଧ୍ୟକ୍ଷ ତେଜରାଜ ମହାପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ। ସମଗ୍ର କାର୍ଯ୍ୟକ୍ରମକୁ ଲକ୍ଷ୍ମଣ କିଶନ ଧନ୍ୟବାଦ ଅର୍ପଣ କରିଥିଲେ। ପରେ ଶିକ୍ଷାକେନ୍ଦ୍ର ପରିସରରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥଲା। ଶେଷରେ ସୁଶ୍ରୀ ସୁପ୍ରଭା ଚୌଧୁରୀ ଓ ସୁବାସ ନାୟକ ମିଳିତ ଭାବରେ ଭାରତର ଆଧ୍ୟାତ୍ମିକ ପତାକା କୁ ଅବତରଣ କରି କାର୍ଯ୍ୟକ୍ରମକୁ ଉଦଯାପନ କରିଥିଲେ।