Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଗୋଲାମୁଣ୍ଡାଠାରେ ଜିଲ୍ଲାପାଳଙ୍କ ଜନ ଅଭିଯୋଗ ଶୁଣାଣି ଶିବିର

କଳାହାଣ୍ଡି,୧୧/୦୯-ଆଜି କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡାସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀ ଏବଂ ଆରକ୍ଷୀ ଅଧୀକ୍ଷକ ଅଭିଳାଷ ଜୀ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଧର୍ମଗଡ଼ ଭାରପ୍ରାପ୍ତ ଉପଜିଲ୍ଲାପାଳ ତଥା ଅତିରିକ୍ତ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ବିରଞ୍ଚି ନାରାୟଣ ଦରୱାନ, ବ୍ଲକ୍ ଅଧ୍ୟକ୍ଷ ବିନ୍ଦୁ ମହାନନ୍ଦଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ରହି ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିଥିଲେ। ଏଥିରେ ୧୧୦ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୭୧ଟି ବ୍ୟକ୍ତିଗତ ସମସ୍ୟାମୂଳକ ଅଭିଯୋଗ ଓ ୩୯ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟାମୂଳକ ଅଭିଯୋଗ ଥିଲା। ସେଥିମଧ୍ୟରୁ ୨୧ଟି ଅଭିଯୋଗର ତୁରନ୍ତ ସମାଧାନ କରାଯାଇଥିଲା। ସେହିପରି ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ଜଣଙ୍କୁ ଆର୍ଥିକ ସହାୟତା ମଞ୍ଜୁର କରାଯାଇଥିଲା।