Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ବଲାଙ୍ଗିରରେ ପ୍ରବଳ ବର୍ଷା, ଆଜି ସବୁ ସ୍କୁଲ ଛୁଟି ଘୋଷଣା

ଭୁବନେଶ୍ୱର: ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ମଙ୍ଗଳବାର ସୃଷ୍ଟି ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି। ଗତ ୨୪ ଘଣ୍ଟାରେ ବଲାଙ୍ଗିରରେ ସର୍ବାଧିକ ବର୍ଷା ହୋଇଛି। ପ୍ରବଳ ବର୍ଷା ଯୋଗୁଁ ସ୍ଥିତିକୁ ଦୃଷ୍ଟିରେ ରଖି ଆଜି ବଲାଙ୍ଗିରରେ ସବୁ ସ୍କୁଲ ଛୁଟି ଘୋଷଣା କରାଯାଇଛି। ଜିଲ୍ଲାର ସମସ୍ତ ସରକାରୀ, ବେସରକାରୀ ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ରକୁ ଛୁଟି କରାଯାଇଛି। ଗୁରୁବାର ଏ ନେଇ ସୂଚନା ଦେଇଛନ୍ତି ବଲାଙ୍ଗିର ଜିଲ୍ଲାପାଳ।

ସୂଚନା ଅନୁଯାୟୀ, ଭୀଷଣ ବର୍ଷା ଯୋଗୁଁ ୮ ଘଣ୍ଟା ହେଲା ସହରରେ ବିଦ୍ୟୁତ୍ ସରବରାହ ବିଚ୍ଛିନ୍ନ ରହିଛି। ଲଗାଣ ବର୍ଷା ଯୋଗୁ ଜରୁରୀ କାଳୀନ ପଦକ୍ଷେପ ନିଆଯାଇଛି । ସମସ୍ତ ବ୍ଲକ, ଏନ୍‌ଏସି ଓ ପୌର ପରିଷଦକୁ ସତର୍କ ରହିବା ପାଇଁ ସୂଚନା ଦିଆଯାଇଛି। ଏଥିସହ ଜରୁରୀ କାଳୀନ ନମ୍ବର ଜାରି କରାଯାଇଛି। ଏହାର ସୂଚନା ଦେଇଛନ୍ତି ବଲାଙ୍ଗୀର ଜିଲ୍ଲାପାଳ ଚଞ୍ଚଳ ରାଣା । ସେପଟେ ଗତ ୨୪ ଘଣ୍ଟାରେ ବଲାଙ୍ଗିରରେ ସର୍ବାଧିକ ୨୧୫ ମିମି ବର୍ଷା ରେକର୍ଡ କରାଯାଇଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ