Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଆଜି ବସିବ କ୍ୟାବିନେଟ୍ ବୈଠକ, ଅତିରିକ୍ତ ବଜେଟ୍‌ର ଚିଠା ପ୍ରସ୍ତାବକୁ ମିଳିବ ଅନୁମୋଦନ

ଭୁବନେଶ୍ୱର: ଆସନ୍ତା ୨୨ ତାରିଖରୁ ବିଧାନସଭାର ମୌସୁମୀ ଅଧିବେଶନ ପୂର୍ବରୁ ଆଜି ବସିବ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ୍ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସନ୍ଧ୍ୟାରେ ଉଭୟ ବୈଠକ ବସିବ। ବୈଠକରେ ଅତିରିକ୍ତ ବଜେଟ୍‌ର ଚିଠା ପ୍ରସ୍ତାବକୁ ଅନୁମୋଦନ ମିଳିବା ସହ ପ୍ରାୟ ୧୫ରୁ ଅଧିକ ପ୍ରସ୍ତାବକୁ କ୍ୟାବିନେଟ୍ ମୋହର ବାଜିପାରେ । ଏହା ପରେ ହେବାକୁ ଥିବା କ୍ୟାବିନେଟ୍ ବୈଠକରେ ବଜେଟ୍‌ର ଚିଠା ପ୍ରସ୍ତାବରେ ମୋହର ବାଜିବ।

ଏଥର ମୌସୁମୀ ଅଧିବେଶନରେ ପ୍ରାୟ ୨୫ ହଜାର କୋଟି ଟଙ୍କାର ଅତିରିକ୍ତ ବଜେଟ୍ ଚିଠା ପ୍ରସ୍ତାବ ଉପସ୍ଥାପନା ହୋଇପାରେ । ମନ୍ତ୍ରୀ ପରିଷଦର ଅନୁମୋଦନ ପରେ ୨୨ ତାରିଖରୁ ଆରମ୍ଭ ହେବାକୁ ଯାଉଥିବା ବିଧାନସଭା ମୌସୁମୀ ଅଧିବେଶନରେ ଅତିରିକ୍ତ ବଜେଟ୍ ଆଗତ ହେବ । ଏହା ବାଦ୍ କ୍ୟାବିନେଟ୍ ବୈଠକରେ ଆଉ କିଛି ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ପାରିତ ହେବାର ସମ୍ଭାବନା‌ ରହିଛି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ