Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ଗୋଟିଏ ଦିନ ଘୁଞ୍ଚିଲା ବାଚସ୍ପତି ନିର୍ବାଚନ, ୨୧ ପରିବର୍ତ୍ତେ ୨୨ରେ ହେବ ନିର୍ବାଚନ

ଭୁବନେଶ୍ଵର: ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ ପୂର୍ବରୁ ବାଚସ୍ପତି ନିର୍ବାଚନ ହେବ। କିନ୍ତୁ ଧାର୍ଯ୍ୟ ତାରିଖଠୁ ଦିନଟିଏ ଘୁଞ୍ଚିଲା ବିଧାନସଭା ବାଚସ୍ପତିଙ୍କ ନିର୍ବାଚନ। ସେପ୍ଟେମ୍ବର ୨୧ ପରିବର୍ତ୍ତେ ୨୨ରେ ହେବ ବାଚସ୍ପତି ନିର୍ବାଚନ।

ସୂଚନା ଅନୁଯାୟୀ, ବାଚସ୍ପତି ନିର୍ବାଚନ ପାଇଁ ୨୧ ତାରିଖରେ ନାମାଙ୍କନ ପତ୍ର ଦାଖଲ ହେବ। ୨୨ ତାରିଖ ସକାଳ ୯ଟା ୩୦ରେ ନିର୍ବାଚନ ହେବ। ନୂଆଁଖାଇ ପାଇଁ ବାଚସ୍ପତି ନିର୍ବାଚନ ଘୁଞ୍ଚିଥିବା ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ବାଚସ୍ପତି ନିର୍ବାଚନକୁ ଘୁଞ୍ଚାଇବା ଦାବିରେ କଂଗ୍ରେସ ଓ ବିଜେପି ନିର୍ବାଚନକୁ ବର୍ଜନ ଘୋଷଣା କରିଥିଲେ।

ଉଲ୍ଲେଖନୀୟ ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୪ ପର୍ଯ୍ୟନ୍ତ ଚାଲିବ ଅଧିବେଶନ। ଏହି ସମୟରେ ଅକ୍ଟୋବର ୩ ତାରିଖରେ ଆଗତ ହେବ ଅତିରିକ୍ତ ବଜେଟ୍। ଏଥର ଅଧିବେଶନରେ ମୋଟ ୧୩ ଦିନର କାର୍ଯ୍ୟ ଦିବସ ରହିଛି ।ଏନେଇ ବିଧାନସଭା ସୁତ୍ରରୁ ମିଳିଛି ସୂଚନା । ମୌସୁମୀ ଅଧିବେଶନ ବେଶ ସରଗରମ ହେବାର ସମ୍ଭାବନା ରହିଛି। ବିରୋଧୀ ଦଳ ବିଭିନ୍ନ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିବାକୁ ଚେଷ୍ଟା କରିବେ।

ଏହା ପୂର୍ବରୁ ୨୧ ତାରିଖରେ ବିଧାନସଭା ବାଚସ୍ପତି ନିର୍ବାଚନ ହେବାକୁ ତାରିଖ ନିର୍ଦ୍ଧାରିତ ହୋଇଥିଲା। ସେଥିପାଇଁ ସେପ୍ଟେମ୍ବର ୧୮ରେ ନାମାଙ୍କନ ପତ୍ର ଦାଖଲ ପାଇଁ ତାରିଖ ଧାର୍ଯ୍ୟ ହୋଇଥିଲା। ବିକ୍ରମ ଆରୁଖ ଇସ୍ତଫା ପରଠୁ ବାଚସ୍ପତି ପଦ ଖାଲି ପଡ଼ିଛି। ପରବର୍ତ୍ତ ବାଚସ୍ପତି କିଏ ହେବ ? ସେନେଇ ଚର୍ଚ୍ଚା ଆଲୋଚନା ଚାଲିଛି । ଜଣେ ମହିଳାଙ୍କ ରାଜ୍ୟର ପରବର୍ତ୍ତୀ ବାଚସ୍ପତି ହେବା ନେଇ ଚର୍ଚ୍ଚା ଜୋର ଧରିଛି । ହେଲେ ଏବେ ଯାଏଁ କୌଣସି ସ୍ପଷ୍ଟ ସୂଚନା ମିଳିଛି।

ସୂଚନାଯୋଗ୍ୟ, ମେ ୧୨ ତାରିଖରେ ବିକ୍ରମ ଆରୁଖ ବ୍ୟକ୍ତିଗତ କାରଣ ଦର୍ଶାଇ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ। ଏହା ପରେ ମନ୍ତ୍ରିମଣ୍ଡଳ ସଂପ୍ରସାରଣରେ ରାଜ୍ୟ ସରକାର ତାଙ୍କୁ ଅର୍ଥ ମନ୍ତ୍ରୀ ଦାୟିତ୍ଵ ଦେଇଛନ୍ତି।

ତାଜା ଖବରର ଅପଡେଟ୍ ପାଇବା ପାଇଁ ଆମର ଆପ୍ ଡାଉନଲୋଡ୍ କରନ୍ତୁ