Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Today News Odia, Odia News Portal, ବଡ ଖବର , Odisha Dot News

ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଶିବିର

ବାଲିଗୁଡା, (ସଞ୍ଜୟ କୁମାର ପାଣିଗ୍ରାହୀ):କନ୍ଧମାଳ ଜିଲ୍ଲା ବାଲିଗୁଡା ସ୍ଥିତ କଳିଙ୍ଗ ବୈଶ୍ୟ ସଂଘ ପରିସରରେ କନ୍ଧମାଳ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ବାଲିଗୁଡା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ତିନି ଗୋଟି ବ୍ଲକ ବାଲିଗୁଡା, ତୁମୁଡିବନ୍ଧ, କୋଟଗଡ ଓ ବାଲିଗୁଡା ବିଜ୍ଞାପିତ ଅଞ୍ଚଳର ନିର୍ମାଣ ଶ୍ରମିକଙ୍କୁ ସହାୟତା ରାଶି ବଣ୍ଟନ ଶିବିର ଅନୁଷ୍ଠିତ ହୋଇଯାଇଛି | ଏଥିରେ ମୁଖ୍ୟ ଅତିଥି ଭାବେ କନ୍ଧମାଳ ଜିଲ୍ଲା ପରିଷଦ ଅଧ୍ୟକ୍ଷା ନନ୍ଦିନୀ ମଳିକ ଯୋଗଦେଇ ନିର୍ମାଣ ଶ୍ରମିକଙ୍କୁ ବିଭିନ୍ନ ସହାୟତା ରାଶି ପ୍ରଦାନ କରିଥିଲେ | ସମ୍ମାନିତ ଅତିଥି ଭାବେ ବାଲିଗୁଡା ଏନଏସି ଅଧ୍ୟକ୍ଷ ଗୋବିନ୍ଦ ଚନ୍ଦ୍ର ପ୍ରଧାନ , ବାଲିଗୁଡା ବ୍ଲକ ଅଧ୍ୟକ୍ଷା ନିଶାବତୀ ମଳିକ, ତୁମୁଡିବନ୍ଧ ବ୍ଲକ ଅଧ୍ୟକ୍ଷା ବାସନ୍ତୀ ମାଝୀଙ୍କ ସମେତ କନ୍ଧମାଳ ଜିଲ୍ଲାର ବିଭିନ୍ନ ଟ୍ରେଡ଼ ୟୁନିଅନର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ | ସହକାରୀ ଶ୍ରମ ଅଧିକାରୀ କେଶବ ବେହେରା, ସୁନିତା କୁମାରୀ ଦେବୀ କାର୍ଯକ୍ରମକୁ ସଂଚାଳନ କରିଥିଲେ | ଏହି ବ୍ଲକ ସ୍ତରୀୟ ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଶିବିରରେ ୨୮୦ ଜଣ ନିର୍ମାଣ ଶ୍ରମିକଙ୍କୁ ୯୧,୩୯,୨୦୦ ଟଙ୍କା ସହାୟତା ରାଶି ପ୍ରଦାନ କରାଯାଇଛି | ସେଥି ମଧ୍ୟରୁ ୧୫୮ ଜଣ ହିତାଧିକାରୀଙ୍କୁ ନିଜ ପିଲାଙ୍କ ଶିକ୍ଷା ସହାୟତା ବାବଦକୁ ୮,୫୪,୨୦୦ ଟଙ୍କା, ୬୫ ଜଣ ହିତାଧିକାରୀଙ୍କୁ ବିବାହ ସହାୟତା ବାବଦକୁ ୨୯,୦୦,୦୦୦ ଟଙ୍କା, ୭ ଜଣ ହିତାଧିକାରୀଙ୍କୁ ପ୍ରସୂତି କାଳୀନ ସହାୟତା ବାବଦକୁ ୭୦,୦୦୦ ଟଙ୍କା, ୨୭ ଜଣ ନିର୍ମାଣ ଶ୍ରମିକ କାର୍ଡ ଧାରୀଙ୍କ ପରିବାର ବର୍ଗଙ୍କୁ ମୃତ୍ୟୁ କାଳୀନ ସହାୟତା ବାବଦକୁ ୫୨,୦୦,୦୦୦ ଟଙ୍କା ଏବଂ ୨୩ ଜଣ ପରିବାର ବର୍ଗଙ୍କୁ ଅନ୍ତେଷ୍ଟିକ୍ରିୟା ସହାୟତା ବାବଦକୁ ୧,୧୫,୦୦୦ ଟଙ୍କା ସହାୟତା ପ୍ରଦାନ କରାଯାଇଥିବା ବିଷୟ କନ୍ଧମାଳ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି | ଏହା ସହିତ ୧୫୦ ଜଣ ନିର୍ମାଣ ଶ୍ରମିକଙ୍କୁ ନୂତନ କାର୍ଡ ପ୍ରଦାନ କରଯାଇଛି | ଜିଲ୍ଲା ଶ୍ରମ ଅଧିକାରୀ ତେଜ କୁମାର ବାଗେଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ସମସ୍ତ କାର୍ଯ୍ୟ ସମ୍ପାଦନ ହୋଇଥିଲା |