Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ, ୨୦ ଓ ୨୧ ପ୍ରବଳ ବର୍ଷା

ଭୁବନେଶ୍ୱର: ଉତ୍ତର ପୂର୍ବ ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ  ୨୦ ତାରିଖରେ ଲଘୁଚାପର ରୂପ ନେବ । ଏହାରି ପ୍ରଭାବରେ ରାଜ୍ୟରେ ୨୦ ଓ ୨୧ରେ ଦୁଇ ଦିନ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ପାଣିପାଗ ବିଭାଗ ଅନୁଯାୟୀ, ୨୦ତାରିଖରେ ଅନୁଗୁଳ, କେନ୍ଦୁଝର, ବୌଦ୍ଧ, ସମ୍ବଲପୁର, ବଲାଙ୍ଗୀର, ବରଗଡ଼, ସୋନପୁର, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାକୁ ପ୍ରବଳରୁ ଅତି ପ୍ରବଳ ବର୍ଷା ରହିଛି । ଏ ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କଟକ, ନୟାଗଡ଼, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ଗଞ୍ଜାମ ଓ ନୂଆପଡ଼ା ଜିଲ୍ଲାର କିଛି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ସମ୍ଭାବନା ଅଛି ।  

ସେହିପରି ୨୧ରେ ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା  ସମ୍ଭାବନା ଥିବା ବେଳେ ଏହି ୬ଟି ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି । ନବରଙ୍ଗପୁର, କୋରାପୁଟ, କନ୍ଧମାଳ, ବୌଦ୍ଧ, ସୋନପୁର, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।   

More Stories