ଝାରସୁଗୁଡା ୨୧/୯ (ଓଡ଼ିଶା ନ୍ୟୁଜ) ଝାରସୁଗୁଡା ଜିଲ୍ଲା ଲଖନପୁର ବ୍ଲକ ପଞ୍ଚଗାଁ ପଞ୍ଚାୟତ ଅନ୍ତର୍ଗତ ବିଜାପାଲି ମହିମା ଡିଗ୍ରୀ କଲେଜରେ ସୋମବାର ଦିନ ଶ୍ରମଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ମହିମା ଡ଼ିଗ୍ରୀ କଲେଜ ପରିଚାଳନା କମିଟିର ସଭାପତି ଗୌତମ ବେହେରା ସଭାପତିତ୍ୱ କରିଥିବା ବେଳେ ଅଧ୍ୟକ୍ଷ ରମଣୀ ରଞ୍ଜନ ବିଶ୍ୱାଳ କାର୍ଯ୍ୟକ୍ରମ କୁ ପରିଚାଳନା କରିଥିଲେ । ମୁଖ୍ୟ ଅତିଥି ଭାବେ ଲଖନପୁର ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଜୟନ୍ତ କୁମାର ସାହୁ ଯୋଗଦେଇ ଦ୍ବୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ଏବଂ ରାଜ୍ୟ ସରକାର ଛାତ୍ରଛାତ୍ରୀ ମାନଙ୍କ ଶିକ୍ଷାଦାନ ବ୍ୟବସ୍ଥା ସମ୍ପର୍କରେ ଆଲୋକପାତ କରିଥିଲେ । ସେହିପରି ମହିମା ଡିଗ୍ରୀ କଲେଜର ଅଧ୍ୟକ୍ଷ ଶ୍ରୀ ବିଶ୍ୱାଳ ଶ୍ରମଦାନ ସମ୍ପର୍କରେ ସୂଚନା ପ୍ରଦାନ କରିବା ସହ ସରକାରଙ୍କ ମହାବିଦ୍ୟାଳୟ ରୂପାନ୍ତରିତ କରଣରେ ଛାତ୍ରଛାତ୍ରୀ ମାନଙ୍କ ଭୂମିକା ବିଷୟରେ ବର୍ଣ୍ଣନା କରିଥିଲେ । ଏହା ପରେ ନିମନ୍ତ୍ରୀତ ଅତିଥି ମାନଙ୍କ ସହ ଛାତ୍ରଛାତ୍ରୀ, ଅଧ୍ୟାପକ, ଅଧ୍ୟାପିକା ମାନେ ସାମିଲ ହୋଇ କଲେଜ ପରିସରକୁ ସଫା ସୁତୁରା କରିଥିଲେ । ଏଥିରେ ଅଞ୍ଚଳର ବୁଦ୍ଧିଜୀବୀ,ଗଣ୍ୟମାନ୍ୟ ବ୍ୟକ୍ତି ଏବଂ କଲେଜର କର୍ମଚାରୀ ମାନେ ସମ୍ପୂର୍ଣ୍ଣ ଭାବେ ସହଯୋଗ କରିଥିଲେ ।