Odisha.News

Odia News Odisha.News,ଓଡ଼ିଆ ନିଉଜ, Odia Sambad, ଓଡ଼ିଆ ଖବର , Latest News in Odia, Breaking News in Odia, ବଡ ଖବର , Odisha Dot News

ପ୍ରମୁଖ ଖବର
  • ପାଟଣାଗଡ ବିଧାୟକ ଉଠବସ କରାଇଥିବା ଜେଇଙ୍କ ପତ୍ନୀ ପ୍ରବୀଣା ରାଜହଂସ ଥାନାରେ ଦେଲେ ଏତଲା , କଲେ ଗିରଫ ଦାବି
  • ||

ଜୟପାଟଣା ଠାରେ ଅତିରିକ୍ତ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ

ଭବାନୀପାଟଣା, ୨୫/୦୯ (ଜଗନ୍ନାଥ ନାଏକ) : ଆଜି ଜୟପାଟଣା ସ୍ଥିତ ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ତନ୍ମୟ କୁମାର ଦରୱାନଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏସ ଡି ପି ଓ, ଧର୍ମଗଡ଼ ଶ୍ରୀ ଧିରଜ୍ କୁମାର ଚୋପ୍ ଦାର,ବ୍ଲକ୍ ଅଧ୍ୟକ୍ଷ ଶ୍ରୀ ଥବିର ବାଗଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୭୪ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୪୦ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୩୪ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୦୧୬ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା।